Masthead

ଭାରତ ପାଇଁ ନିଶ୍ଚିତ ହେଲା ଆଉ ଏକ ପଦକ, ସେମିଫାଇନାଲରେ ପ୍ରବେଶ କଲେ ଲଭଲିନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭାରତ ଗୋଟିଏ ପଦକ ପାଇସାରିଥିବା ବେଳେ ଏବେ ଆଉ ଏକ ପଦକ ପାଇବାର ଆଶା ଦେଖାଦେଇଛି । ମହିଳା ବକ୍ସର ଲଭଲିନା ବୋର୍ଗୋହେନ୍ ସେମିଫାିନାଲ ରାଉଣ୍ଡରେ ପ୍ରବେଶ କରିଛନ୍ତି । କ୍ୱାର୍ଟର ଫାଇନାଲରେ ଲଭଲିନା ପୂର୍ବତନ ୱାର୍ଲ୍ଡ ଚାମ୍ପିଅନଚେନ୍ ନିଏନ ଚିନଙ୍କୁ ୪-୧ ପଏଣ୍ଟରେ ପରାସ୍ତ କରିଛନ୍ତି । ଏହାସହ ଏକ ପଦକ ମଧ୍ୟ ସୁନିଶ୍ଚିତ କରିଛନ୍ତି । ଆସାମର ଏହି ୨୩ ବର୍ଷୀୟା ବକ୍ସର ତାଇପେଇର ପ୍ରତିଯୋଗୀଙ୍କ ଉପରେ ଭାରି ପଡ଼ିଥିଲେ ।

ତେବେ ସେମି ଫାଇନାଲ୍‌ରେ ପ୍ରବେଶ କରିଥିବା ଯୋଗୁ ଲଭଲିନା ଗୋଟିଏ ପଦକ ପାଇବା ନିଶ୍ଚିତ ହୋଇଯାଇଛି। କାରଣ ସେମି ଫାଇନାଲ୍‌ରେ ପରାଜିତ ହେଉଥିବା ଦୁଇ ବକ୍ସରଙ୍କୁ ବ୍ରୋଞ୍ଜ ପଦକ ପ୍ରଦାନ କରାଯାଏ। ତେଣୁ ମ୍ୟାରୀ କମ୍‌ ଓ ବିଜେନ୍ଦ୍ର ସିଂହଙ୍କ ପରେ ଅଲିମ୍ପିକ୍ସରେ ପଦକ ଜିତିବାରେ ଲଭଲିନା ହେବେ ତୃତୀୟ ଭାରତୀୟ ବକ୍ସର। ସୂଚନାଯୋଗ୍ୟ, ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଦେଇଛନ୍ତି ମୀରାବାଈ ଚାନୁ। ସେ ଭାରୋତ୍ତୋଳନରେ ୪୯ କେଜି ମହିଳା ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି