Masthead

ପୁଣି ଏକ ଘୂର୍ଣିର୍ବଳୟ, ୧୧ରୁ ବଢିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ୧୧ରୁ ବଢ଼ିବ ବର୍ଷାର ପରିମାଣ । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରବଳ ବର୍ଷା ହେବା ପରେ ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

ମୌସୁମୀ ନିମ୍ନଚାପରେଖା ତାର ସ୍ୱାଭାବିକ ଅବସ୍ଥାକୁ ଫେରିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଛତିଶଗଡ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଶନିବାର ଏବଂ ରବିବାର ବର୍ଷାର ପରିମାଣ କମିବ । ସାମାନ୍ୟ ତାପମାତ୍ରା ବୃଦ୍ଧି ସହ ଗୁଳୁଗୁଳି ଅନୁଭୁତ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ବର୍ଷା କମିଲେ ମଧ୍ୟ ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ଆଜି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ବରଗଡ, ନୂଆପଡା, ବଲାଙ୍ଗିର ଏବଂ ସୋନପୁରକୁ ସତର୍କତା ଜାରି କରାଯାଇଛି । ଆସନ୍ତାକାଲି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ନୟାଗଡ ସମେତ ୨୦ଟି ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

୧୧ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବା ସହ ୧୨ ଏବଂ ୧୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି । ୧ ସେପ୍ଟେମ୍ବରରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୩୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ