Masthead

ପୁଣି ଏକ ଘୂର୍ଣିର୍ବଳୟ, ୧୧ରୁ ବଢିବ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ୧୧ରୁ ବଢ଼ିବ ବର୍ଷାର ପରିମାଣ । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରବଳ ବର୍ଷା ହେବା ପରେ ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି ।

ମୌସୁମୀ ନିମ୍ନଚାପରେଖା ତାର ସ୍ୱାଭାବିକ ଅବସ୍ଥାକୁ ଫେରିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଛତିଶଗଡ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଶନିବାର ଏବଂ ରବିବାର ବର୍ଷାର ପରିମାଣ କମିବ । ସାମାନ୍ୟ ତାପମାତ୍ରା ବୃଦ୍ଧି ସହ ଗୁଳୁଗୁଳି ଅନୁଭୁତ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ବର୍ଷା କମିଲେ ମଧ୍ୟ ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ଆଜି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ବରଗଡ, ନୂଆପଡା, ବଲାଙ୍ଗିର ଏବଂ ସୋନପୁରକୁ ସତର୍କତା ଜାରି କରାଯାଇଛି । ଆସନ୍ତାକାଲି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ନୟାଗଡ ସମେତ ୨୦ଟି ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

୧୧ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବା ସହ ୧୨ ଏବଂ ୧୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି । ୧ ସେପ୍ଟେମ୍ବରରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୩୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି