Masthead

ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ହରିଦ୍ୱାର ଜିଲାର ମନସା ଦେବୀ ମନ୍ଦିରରେ ଦଳାଚକଟା ଘଟଣାର ଠିକ ପରଦିନ, ଶ୍ରାବଣ ମାସର ତୃତୀୟ ସୋମବାରରେ ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି।   ବାରବାଙ୍କି ଜିଲ୍ଲାର ଅବସାନେଶ୍ୱର ମହାଦେବ ମନ୍ଦିରରେ ଦଳାଚକଟା । ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା । ୨୯ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଦୁଇ ମୃତକଙ୍କ ମଧ୍ୟରେ ଜଣେ ଲୋନିକାତ୍ରା ଥାନା ଅନ୍ତର୍ଗତ ମୁବାରକପୁର ଗାଁର ୨୨ ବର୍ଷୀୟ ପ୍ରଶାନ୍ତ ବୋଲି ଚିହ୍ନଟ କରାଯାଇଛି । ଶ୍ରାବଣ ମାସର ତୃତୀୟ ସୋମବାରରେ ଦର୍ଶନ ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହୋଇଥିବା ବେଳେ ଏହି ଅଘଟଣ ଘଟିଥିବା ନେଇ ପୁଲିସ ପ୍ରଶାସନ ସୂଚନା ଦେଇଛି ।

ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସୂଚନା ଅନୁଯାୟୀ କିଛି ମାଙ୍କଡ଼ ଏକ ପୁରୁଣା ବିଦ୍ୟୁତ୍ ତାର ଉପରେ ଡେଇଁବାରୁ ତାହା ଛିଣ୍ଡି ଯାଇ ଟିଣ ସେଡ୍ ଉପରେ ପଡ଼ିଥିଲା, ଯେଉଁଠି ଭକ୍ତମାନେ ଏକତ୍ରିତ ହୋଇଥିଲେ । ଫଳରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିବାରୁ ଆତଙ୍କ ଖେଳିଯାଇଥିଲା ଏବଂ ଦଳାଚକଟା ଆରମ୍ଭ ହୋଇଥିଲା । ଆହତମାନଙ୍କୁ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଛି । ସେପଟେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି