ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡର ହରିଦ୍ୱାର ଜିଲାର ମନସା ଦେବୀ ମନ୍ଦିରରେ ଦଳାଚକଟା ଘଟଣାର ଠିକ ପରଦିନ, ଶ୍ରାବଣ ମାସର ତୃତୀୟ ସୋମବାରରେ ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି।   ବାରବାଙ୍କି ଜିଲ୍ଲାର ଅବସାନେଶ୍ୱର ମହାଦେବ ମନ୍ଦିରରେ ଦଳାଚକଟା । ଦୁଇଜଣ ଭକ୍ତଙ୍କର ମୃତ୍ୟୁ ହୋଇଥିବା ସୂଚନା । ୨୯ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଦୁଇ ମୃତକଙ୍କ ମଧ୍ୟରେ ଜଣେ ଲୋନିକାତ୍ରା ଥାନା ଅନ୍ତର୍ଗତ ମୁବାରକପୁର ଗାଁର ୨୨ ବର୍ଷୀୟ ପ୍ରଶାନ୍ତ ବୋଲି ଚିହ୍ନଟ କରାଯାଇଛି । ଶ୍ରାବଣ ମାସର ତୃତୀୟ ସୋମବାରରେ ଦର୍ଶନ ପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକାଠି ହୋଇଥିବା ବେଳେ ଏହି ଅଘଟଣ ଘଟିଥିବା ନେଇ ପୁଲିସ ପ୍ରଶାସନ ସୂଚନା ଦେଇଛି ।

ଜିଲ୍ଲା ମାଜିଷ୍ଟ୍ରେଟଙ୍କ ସୂଚନା ଅନୁଯାୟୀ କିଛି ମାଙ୍କଡ଼ ଏକ ପୁରୁଣା ବିଦ୍ୟୁତ୍ ତାର ଉପରେ ଡେଇଁବାରୁ ତାହା ଛିଣ୍ଡି ଯାଇ ଟିଣ ସେଡ୍ ଉପରେ ପଡ଼ିଥିଲା, ଯେଉଁଠି ଭକ୍ତମାନେ ଏକତ୍ରିତ ହୋଇଥିଲେ । ଫଳରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସିବାରୁ ଆତଙ୍କ ଖେଳିଯାଇଥିଲା ଏବଂ ଦଳାଚକଟା ଆରମ୍ଭ ହୋଇଥିଲା । ଆହତମାନଙ୍କୁ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଛି । ସେପଟେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ