Masthead

ଆସୁଛି ଆଉ ଏକ ପଶ୍ଚିମାଝଡ଼, ଚିନ୍ତାରେ ଚାଷୀକୂଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମାଝଡ଼ । ଆସନ୍ତା ୨୩ ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଆଉ ଏକ ପଶ୍ଚିମା ଝଡ଼ ପ୍ରବାହିତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏବେ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଲାଗି ରହିଛି । ଗତକାଲି ରାଜ୍ୟର ବିଭୀନ୍ନ ସ୍ଥାନରେ କୁଆପଥର ବର୍ଷା ସହ ଝଡ଼ପବନ ଓ ବିଜୁଳି ଘଡ଼ଘଡ଼ି ହୋଇଛି ।

ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୧୯.୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିପରି ଖୋର୍ଦ୍ଧାରେ ୧୫, ଭବାନୀପାଟଣାରେ ୧୨.୨, ଗୋପାଳପୁରରେ ୧୨.୨, କଟକରେ ୧୧.୨, କେନ୍ଦ୍ରାପଡ଼ାରେ ୧୦.୪, ଜଗତସିଂହପୁରରେ ୧୦, ଛତ୍ରପୁରରେ ୯.୬, ପୁରୀରେ ୭.୯, ପାରାଦ୍ୱୀପରେ ୫.୧ ମିମି ବର୍ଷା ହୋଇଛି। ଟ୍ରପ୍‌ଲାଇନ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ପଟେ ପଶ୍ଚିମା ଝଡ଼ ପ୍ରଭାବରେ ଚାଷରେ ବ୍ୟାପକ କ୍ଷତି ହୋଇଥିବା ବେଳେ ପୁଣି ଏକ ପଶ୍ଚିମା ଝଡ଼ ଆସୁଥିବାରୁ ଚାଷୀକୂଳ ଏବେ ଚିନ୍ତାରେ ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା