Masthead

ଆସୁଛି ଆଉ ଏକ ପଶ୍ଚିମାଝଡ଼, ଚିନ୍ତାରେ ଚାଷୀକୂଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମାଝଡ଼ । ଆସନ୍ତା ୨୩ ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଆଉ ଏକ ପଶ୍ଚିମା ଝଡ଼ ପ୍ରବାହିତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏବେ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଲାଗି ରହିଛି । ଗତକାଲି ରାଜ୍ୟର ବିଭୀନ୍ନ ସ୍ଥାନରେ କୁଆପଥର ବର୍ଷା ସହ ଝଡ଼ପବନ ଓ ବିଜୁଳି ଘଡ଼ଘଡ଼ି ହୋଇଛି ।

ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୧୯.୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିପରି ଖୋର୍ଦ୍ଧାରେ ୧୫, ଭବାନୀପାଟଣାରେ ୧୨.୨, ଗୋପାଳପୁରରେ ୧୨.୨, କଟକରେ ୧୧.୨, କେନ୍ଦ୍ରାପଡ଼ାରେ ୧୦.୪, ଜଗତସିଂହପୁରରେ ୧୦, ଛତ୍ରପୁରରେ ୯.୬, ପୁରୀରେ ୭.୯, ପାରାଦ୍ୱୀପରେ ୫.୧ ମିମି ବର୍ଷା ହୋଇଛି। ଟ୍ରପ୍‌ଲାଇନ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ପଟେ ପଶ୍ଚିମା ଝଡ଼ ପ୍ରଭାବରେ ଚାଷରେ ବ୍ୟାପକ କ୍ଷତି ହୋଇଥିବା ବେଳେ ପୁଣି ଏକ ପଶ୍ଚିମା ଝଡ଼ ଆସୁଥିବାରୁ ଚାଷୀକୂଳ ଏବେ ଚିନ୍ତାରେ ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!