Masthead

ପୁଣି ଆଉ ଏକ ପଶ୍ଚିମା ଝଡ଼, ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମାଝଡ । ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼-ପବନ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ରହିବା ସମ୍ଭାବନା ରହିଛି । ୨୭ରୁ ବଢ଼ିବ ବର୍ଷାର ବିସ୍ତୃତି, ୨୭ରେ ୧୧ ଉପକୂଳ ଜିଲ୍ଲା ସମେତ ପ୍ରଭାବିତ ହେବ ପାର୍ଶ୍ଵବର୍ତ୍ତୀ ଜିଲ୍ଲା । ଜାରି ରହିବ ଝଡ଼ ପବନ ଏବଂ ବିଜୁଳି ଘଡ଼ଘଡ଼ି । ସେପଟେ ୨୬ରୁ ଆଉ ଏକ ପଶ୍ଚିମା ଝଡ଼ ଆଶଙ୍କା ପୂରା ଚାଷୀକୁଳକୁ ଚିନ୍ତାରେ ପକାଇଛି । ଅନ୍ୟପଟେ ସ୍ବାଭାବିକ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ବୃଦ୍ଧି ହେବ ।

ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ମଧ୍ୟାହ୍ନରେ ତାତି ବଢ଼ିଲେ ବି ଅପରାହ୍ନରେ ଘଡ଼ିଘଡ଼ି ବିଜୁଳି ସହ ବର୍ଷା ହେବ। କାଳବୈଶାଖୀ ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଅପରାହ୍ନରେ ବର୍ଷା ହେବ । ଆଜି କାଳବୈଶାଖୀ ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ସତର୍କ ସୂଚନା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ