Masthead

ପୁଣି ଆଉ ଏକ ପଶ୍ଚିମା ଝଡ଼, ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମାଝଡ । ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖରୁ ଝଡ-ପବନ ସହ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ଝଡ଼-ପବନ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ରହିବା ସମ୍ଭାବନା ରହିଛି । ୨୭ରୁ ବଢ଼ିବ ବର୍ଷାର ବିସ୍ତୃତି, ୨୭ରେ ୧୧ ଉପକୂଳ ଜିଲ୍ଲା ସମେତ ପ୍ରଭାବିତ ହେବ ପାର୍ଶ୍ଵବର୍ତ୍ତୀ ଜିଲ୍ଲା । ଜାରି ରହିବ ଝଡ଼ ପବନ ଏବଂ ବିଜୁଳି ଘଡ଼ଘଡ଼ି । ସେପଟେ ୨୬ରୁ ଆଉ ଏକ ପଶ୍ଚିମା ଝଡ଼ ଆଶଙ୍କା ପୂରା ଚାଷୀକୁଳକୁ ଚିନ୍ତାରେ ପକାଇଛି । ଅନ୍ୟପଟେ ସ୍ବାଭାବିକ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ବୃଦ୍ଧି ହେବ ।

ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ମଧ୍ୟାହ୍ନରେ ତାତି ବଢ଼ିଲେ ବି ଅପରାହ୍ନରେ ଘଡ଼ିଘଡ଼ି ବିଜୁଳି ସହ ବର୍ଷା ହେବ। କାଳବୈଶାଖୀ ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଅପରାହ୍ନରେ ବର୍ଷା ହେବ । ଆଜି କାଳବୈଶାଖୀ ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିକୁ ସତର୍କ ସୂଚନା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା