Masthead

୫୦% ଲୋକଙ୍କ ଭିତରେ ଆଣ୍ଟିବଡି

ମାଲକାନଗିରି, (ବଡ଼ ଖବର ବ୍ୟୁରୋ): ଆସିଲା ମାଲକାନଗିରି ସହରର ସେରୋ ସର୍ଭେ ରିପୋର୍ଟ। ୫୦ ପ୍ରତିଶତ ଲୋକଙ୍କ ଭିତରେ ଆଣ୍ଟିବଡି ତିଆରି ହୋଇଥିବା ମାଲକାନଗିରି ଜିଲ୍ଲାପାଳ କହିଛନ୍ତି। ମାଲକାନଗିରି ପୌର ପରିଷଦର ମୋଟ ୧୬୧୩ ଜଣ ଲୋକଙ୍କ ରକ୍ତନମୁନା ସଂଗ୍ରହ କରାଯାଇଥିଲା।

ଏମାନଙ୍କ ମଧ୍ୟରେ ୧୦୧୮ ସାଧାରଣ ନାଗରିକ ହୋଇଥିବା ବେଳେ ୫୯୫ ଜଣ ଥିଲେ କରୋନା ଯୋଦ୍ଧା। ତେବେ ଆରଏମଆରସି ତରଫରୁ ଆଜି ରିପୋର୍ଟ ଆସିବା ପରେ ଜିଲ୍ଲାପାଳ ମନିଷ ଅଗ୍ରୱାଲ ଏହି ସୂଚନା ଦେଇଛନ୍ତି। କରୋନା ଭାଇରସଠାରୁ ବଞ୍ଚିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଏବଂ ନିୟମିତ ମାସ୍କ ବ୍ୟବହାର କରିବା ପାଇଁ ଜିଲ୍ଲାପାଳ ମାଲକାନଗିରିବାସୀଙ୍କୁ ପରାମର୍ଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ