ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): କିଛି ଦିନର ନିରବତା ପରେ ପୁଣି ସାମ୍ନାକୁ ଆସିଛି ଷ୍ଟାର କପୁଲଙ୍କ କଳି । ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବୈବାହିକ ଜୀବନକୁ ନେଇ ଆରମ୍ଭ ହୋଇଥିବା ବିବାଦ ଥମିବାର ନାଁ ଧରୁନି । କିଛି ଦିନର ନିରବତା ପରେ ପୁଣି ଟୁଇଟ କରି ବର୍ଷାଙ୍କୁ ଟାର୍ଗେଟ କରିଛନ୍ତି ଅନୁଭବ । ଅନୁଭବ ଟୁଇଟରେ ବର୍ଷାଙ୍କୁ ଟାଗ କରି ଲେଖିଛନ୍ତି, ପିଲାଙ୍କ ଖୁସି ବାପାମାଆ ସବୁବେଳେ ଚାହାନ୍ତି । ଆମେ ଜାଣୁ କିଏ ଠିକ୍ ଏବଂ କିଏ ଭୁଲ । ମୋ ବାପାଙ୍କ ଦେହ ବହୁତ ଖରାପ, ସେ ଗୁରୁତର ଅବସ୍ଥାରେ ଆଇସିୟୁରେ ଅଛନ୍ତି । ତୁମକୁ ମୁଁ ହାତଯୋଡି କହୁଛି ଡେରି ନକରି ଶୀଘ୍ର ଦୂରେଇ ଯାଅ । ଆଉ ମୋ ବାପାମାଆଙ୍କୁ ଶାନ୍ତିରେ ଟିକେ ନିଶ୍ୱାସ ନେବାକୁ ଦିଅ । ମହାପ୍ରଭୁ ତୁମର ମଙ୍ଗଳ କରିବେ ।