Masthead

ମିଶିଯାଅ: ବର୍ଷା-ଅନୁଭବଙ୍କୁ ପରାମର୍ଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡା ସାଂସଦ ତଥା ଫିଲ୍ମ ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ଏବେ ହାଟରେ ପଡି ଦାଣ୍ଡରେ ଗଡୁଛି । ଏହି ଦୁଇ ହିରୋ-ହିରୋଇନଙ୍କର ଆରେଞ୍ଜ ମ୍ୟାରେଜ୍ ହୋଇଥିଲା । କିନ୍ତୁ ସଂସାର ରଥ ଠିକରେ ଗଢିଲା ନାହିଁ । ସାଂସଦ ଅନୁଭବ ସ୍ତ୍ରୀ ବର୍ଷାଙ୍କ ଉପରେ ଅଉ ବିଶ୍ୱାସ କରିପାରିଲେ ନାହିଁ । ଦିଲ୍ଲୀର ପଟିୟାଲା ହାଉସ କୋର୍ଟରେ ରୁଜୁ କରିଥିଲେ ଛାଡପତ୍ର ମାମଲା । ଦିଲ୍ଲୀ ପଟିୟାଲା ହାଉସକୋର୍ଟରେ ସାସଂଦ ଅନୁଭବ ମହାନ୍ତି କରିଥିବା ଛାଡପତ୍ର ମାମଲାକୁ କଟକ ଟ୍ରାନ୍ସଫର କରିବା ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆଜି ସର୍ବୋଚ୍ଚ ଅଦାଲତ ଏହି ମାମଲାର ଶୁଣାଣି କରିଛନ୍ତି । ପଟିୟାଲା ହାଉକୋର୍ଟରେ ହୋଇଥିବା ମାମଲା ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି । ଉଭୟଙ୍କ ମଧ୍ୟରେ ସହମତ୍ତି ଭିତ୍ତିକ ଆଲୋଚନା ପାଇଁ ସୁପ୍ରିମକୋର୍ଟ ମୁଦଲା ଓ ମୁଦେଇଙ୍କ ଓକିଲଙ୍କୁ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା