Masthead

ବିଜେପିରେ ଯୋଗଦେଲେ ସାଂସଦ ଅନୁଭବ ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିରେ ଯୋଗଦେଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଲେ ଅନୁଭବ । ୨ ଦିନ ତଳେ ବିଜେଡି ଛାଡ଼ିଥିଲେ ସିନେ ଷ୍ଟାର ଅନୁଭବ ମହାନ୍ତି । ବିଜେଡିରୁ ଇସ୍ତଫା ଦେବା ପରେ ଅନୁଭବ କେଉଁ ଦଳକୁ ଯିବେ ତାହାକୁ ନେଇ ସସପେନ୍ସ ଲାଗି ରହିଥିଲା। କିନ୍ତୁ ଆଜି ଅନୁଭବ ବିଜେପିରେ ମିଶିଛନ୍ତି। କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ନିଜର ଇସ୍ତଫାପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଥିଲେ।

ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଥିଲା। ଅନୁଭବ ମହାନ୍ତି ବିଜେଡିରୁ ଇସ୍ତଫା ଦେବା ସହ ଲେଖିଥିଲେ ଦଳ ମୁଖିଆଙ୍କୁ ଦେଖା କରିବାର ସୁଯୋଗ ମିଳୁନାହିଁ। ବାପାଙ୍କ ଦେହାନ୍ତ ପରେ ଦଳ ତରଫରୁ କୌଣସି ସମବେଦନା ମିଳିଲା ନାହିଁ। ତେବେ ବିଜେଡି ଛାଡ଼ିଥିଲେ ମଧ୍ୟ ଚଳିତ ନିର୍ବାଚନ ସେ ନିଶ୍ଚୟ ଲଢିବେ ବୋଲି କହିଥିଲେ । ୨୭ ଏପ୍ରିଲ ୨୦୧୩ରେ ବିଜେଡିରେ ସାମିଲ ହୋଇଥିଲେ ଅନୁଭବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର