Masthead

ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ । ଖଣ୍ଡପଡ଼ା ବିଧାନସଭା ଆସନରୁ ଟିକେଟ୍ ଆଶାୟୀ ଥିଲେ ଅନୁଭବ । ତେବେ ଦଳ ତାଙ୍କୁ ଟିକେଟ୍ ନ ଦେଇ ସାବିତ୍ରୀ ପ୍ରଧାନଙ୍କୁ ଟିକେଟ୍‌ ଦେଇଛି । ଯାହାଫଳରେ ଅସନ୍ତୋଷ ପ୍ରକାଶ କରି ଦଳରୁ ଇସ୍ତଫା ଦେଇଛନ୍ତି ଅନୁଭବ । ଦଳର ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ଅନୁଭବ ପଟ୍ଟନାୟକ । ନିଜ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି, ଦୀର୍ଘ ୪୦ ବର୍ଷ ହେଲା ତାଙ୍କ ପରିବାର ଖଣ୍ଡପଡାରେ ଦଳର ସଙ୍ଗଠନକୁ ସୁଦୃଢ କରିବାକୁ ଚେଷ୍ଟିତ ରହିଚନ୍ତି ।

ପ୍ରତି ନିର୍ବାଚନରେ ମଧ୍ୟ ସେ ଦଳକୁ ଜିତାଇବାକୁ କାମ କରିଛନ୍ତି । ହେଲେ ଏହାସତ୍ତ୍ୱେ ମଧ୍ୟ ୨୦୧୯ରେ ତାଙ୍କୁ ଟିକେଟ୍ ଦିଆଯାଇନଥିଲା । ହେଲେ ତା ପରେ ବି ସେ ଦଳ ପାଇ ନିଜର କର୍ତ୍ତବ୍ୟ ପାଳନ କରିଆସୁଥିଲେ । ଖାଲି ସେତିକି ନୁହେଁ, ୨୦୨୪ରେ ମଧ୍ୟ ତାଙ୍କ ପ୍ରତି ପୁଣିଥରେ ଅନ୍ୟାୟ କରାଯାଇଛି । ଖଣ୍ଡପଡାରୁ ଦଳୀୟ ପ୍ରାର୍ଥୀ ଭାବେ ଲଢିବାରୁ ତାଙ୍କୁ ବଞ୍ଚିତ କରାଯାଇଛି ଳ ଏଥିସହିତ ଗମ୍ଭୀର ଅଭିଯୋଗ ଆଣି ଅନୁଭବ କହିଛନ୍ତି, ବିଜୁ ଜନତା ଦଳର ଶୀର୍ଷ ନେତୃତ୍ୱ ସଦାସର୍ବଦା ତାଙ୍କୁ ଅସ୍ତ୍ର କରି ନିଜର ସ୍ୱାର୍ଥ ସାଧନ କରିଛନ୍ତି । ବର୍ଷ ବର୍ଷ ଧରି ଦଳରେ ରହିଲା ପରେ ବି, ଦଳ ଏକପ୍ରକାର ପକ୍ଷପାତିତା କରିଛି ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଖଣ୍ଡପଡା ଆସନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ଏହି ଘୋଷଣାରେ ଖଣ୍ଡପଡା ଆସନରୁ ବିଜେଡି ପ୍ରାର୍ଥୀ ହେଇଛନ୍ତି ସାବିତ୍ରୀ ପ୍ରଧାନ । ତେଣୁ ସାବିତ୍ରୀଙ୍କୁ ଦଳ ପ୍ରାର୍ଥୀ କରିବା ପରେ ଅନୁଭବ ଦଳରୁ ଇସ୍ତଫା ଦେଇଛନ୍ତି । ଆଜି ବିଜେଡି ପକ୍ଷରୁ ବାକି ଥିବା ୩ ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି । କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ । କୋରେଇରୁ ସଂଧ୍ୟାରାଣୀ ଦାସ, ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ପ୍ରାର୍ଥୀ ହେଲେ ସୁକାନ୍ତ କୁମାର ନାୟକ । ସେପଟେ ଦେବଗଡ଼ ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେଡି । ରୋମାଞ୍ଚ ରଂଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କରିଛି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼