Masthead

ଦାଦାର ଠେଙ୍ଗା ମାଡ଼ରେ ପୁତୁରା ମୃତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଦାଦାର ଠେଙ୍ଗା ମାଡ଼ରେ ପୁତୁରାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଅନୁଗୁଳ ବନ୍ତଳା ଥାନା ଅନ୍ତର୍ଗତ ବଡ଼ କଞ୍ଜିନି ଗ୍ରାମର ପ୍ରଦୀପ ଦାସଙ୍କ ପୁଅ ସୁଦର୍ଶନ ଦାସ ଗତକାଲି ରାତିରେ ଦାଦା ବସନ୍ତ ଦାସଙ୍କ ପାଇଁ ଖାଇବା ନେଇ ଯାଉଥିଲେ । ଦାଦା ମାନସିକ ରୋଗରେ ଥିବା ବେଳେ ସେ ଘରକୁ ନ ଆସି ଗାଁ ପାଖ ମସାଣି ଘରେ ରହୁଥିଲେ । ପ୍ରତେକ ଦିନ ତାଙ୍କ ପାଇଁ ଘରୁ ଖାଇବା ନେଇ ପୁତୁରା ଯାଆନ୍ତି ।

ପୁତୁରା ଘରକୁ ନ ଫେରିବାରୁ ସୁଦର୍ଶନଙ୍କ ସ୍ତ୍ରୀ ସକାଳେ ଖୋଜିବାକୁ ଯାଇଥିବା ବେଳେ ସୁଦର୍ଶନଙ୍କ ମୃତ ଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ପରେ ଘର ଲୋକଙ୍କୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ଘରଲୋକେ ଓ ଗାଁ ଲୋକମାନେ ପହଞ୍ଚି ବନ୍ତଳା ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି। ଗାଁ ଲୋକମାନେ ଦାଦାକୁ ଅଟକ ରଖି ପୋଲିସ ଜିମାରେ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ