Masthead

ମୁଷାପାଲ୍ଲୀ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ମୁଷାପାଲ୍ଲୀ ଡବଲ ମର୍ଡର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । ଘଟଣାରେ ସମ୍ପୃକ୍ତ ଦୁଇଭାଇଙ୍କ ମଧ୍ୟରୁ ଜଣକୁ ଗିରଫ କରିବା ସହ ତା’ ନିକଟରୁ ହତ୍ୟାରେ ବ୍ୟବହୃତ ବନ୍ଧୁକ ଓ ଭୁଜାଲି ଜବତ କରିଛି ପୋଲିସ । ଏନେଇ ଏକ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛି ପୋଲିସ ।

ଜମିଜମା ବିବାଦକୁ ନେଇ ବୁଧବାର ସନ୍ଧ୍ୟାରେ ଏହି ହତ୍ୟାକଣ୍ଡ ଘଟିଥିଲା । ମୁଷାପାପୁଲ୍ଲୀ ଛକରେ ରନ୍ତେଳେଇ ଗ୍ରାମର ଦୁଇଭାଇ ଦୁଷ୍ମନ୍ତ ସେନାପତି ଓ ଦୁଃଶାସନ ଛିଡା ହୋଇଥିଲେ । ଏହି ସମୟରେ ରାନ୍ତଳେଇ ଗ୍ରାମର ଦୟାନିଧି ସେନାପତିଙ୍କ ଦୁଇପୁଅ ସନ୍ତୋଷ ଓ ସୁଜନ ବାଇକରେ ଆସି ସେମାନଙ୍କ ଉପରକୁ ଅଚାନକ ଗୁଳି ଚଲାଇବା ସହ ଭୁଜାଲିରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ । ଘଟଣାସ୍ଥଳରେ ହିଁ ଦୁଷ୍ମନ୍ତଙ୍କ ଜୀବନ ଚାଲିଚାଇଥିବା ବେଳେ ଗୁରୁତର ଦୁଃଶାସନଙ୍କୁ ପ୍ରଥମେ ଅନୁଗୁଳ ମାଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ଜମିଜମା ବିବାଦକୁ ନେଇ ହତ୍ୟାକଣ୍ଡ ଘଟିଥିବା ଜାଣିବାକୁ ପାଇଥିଲା ପୋଲିସ । ତେବେ ଆଜି ସୁଜନକୁ ଗିରଫ କରିଛି । ଡେରେଜାଙ୍ଗ ଡ୍ୟାମ ପାଣିରେ ସୁଜନ ଲୁଚାଇ ଥିବା ବନ୍ଧୁକ ଓ ଭୁଜାଲିକୁ ଜବତ କରିଛି ପୋଲିସ । ସନ୍ତୋଷ ଏବେବି ଫେରାର ଅଛି । ଖୁବଶୀଘ୍ର ସନ୍ତୋଷକୁ ଗିରଫ କରାଯିବ ବୋଲି ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ଚୁକ୍ତି 🔴 ‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଓଡ଼ିଶା ହେବ ଟେକ୍ସଟାଇଲ ହବ୍ 🔴 ଅବପାତରେ ପରିଣତ ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ 🔴 ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ 🔴 ମାଇକ୍ରୋସଫ୍ଟ ଏବଂ ଗୁଗୁଲକୁ ଭାରତରେ ବନ୍ଦ କରିବାକୁ ଡ଼ୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ 🔴 ଆଦିବାସୀଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ 🔴 ପୁଣି ଏକ ବିମାନ କ୍ରାସ 🔴 ଭାରତ-ବ୍ରିଟେନ ମଧ୍ୟରେ ଐତିହାସିକ ଚୁକ୍ତି 🔴 ‘ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ କ୍ଷତାକ୍ତ ହେବେ’ 🔴 ସରପଞ୍ଚଙ୍କ ଆତ୍ମହୁତି ଧମକ 🔴 ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ