Masthead

ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼

ଅନୁଗୁଳ (ବଡ଼ ଖବରା ବ୍ୟୁରୋ): ଅନୁଗୁଳ ସହର ଶିକ୍ଷକପଡା ନିକଟରେ ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଥିବା ବେଳେ ଗୁଳି ମାଡରେ ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଖବର ପାଇ ଅନୁଗୁଳ ଟାଉନ ଥାନା ପୁଲିସ ଘଟଣାର ତଦନ୍ତ କରୁଛି । ସୂଚନା ଅନୁସାରେ ଭବାନୀ ଶଙ୍କର ପ୍ରଧାନ ଓ ତାଙ୍କ ଜଣେ ବନ୍ଧୁ ବିଶ୍ଵଜିତ ମିତ୍ର ଶିକ୍ଷାକପଡାସ୍ଥିତ ଇକୋ ପାର୍କ ସମ୍ମୁଖରେ ଛିଡା ହୋଇଥିବା ବେଳେ ଏକ ମୋଟରସାଇକେଲରେ ହଠାତ ତିନି ଜଣ ଦୁର୍ବୃତ୍ତ ସେଠାରେ ପହଞ୍ଚିବା ସହ ଜଣେ ଏକ ବନ୍ଧୁକରୁ ଭବାନୀଙ୍କ ଉପରକୁ ଗୁଳି ଚଳାଇଥିଲେ ।

ଗୁଳି ଭବାନୀଙ୍କ ପେଟରେ ବାଜିଥିଲା । ଏହି ସମୟରେ ଅନୁ ଜଣେ ଦୁର୍ବୃତ୍ତ ଏକ ଲୁହା ରଡରେ ବିଶ୍ୱଜିତଙ୍କୁ ମଧ୍ୟ ଆକ୍ରମଣ କରିବା ପରେ ଫେରାର ହୋଇ ଯାଇଥିଲେ । ବିଶ୍ଵଜିତ ଓ ଆଖ ପାଖ ଲୋକ ଭବାନୀଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଅନ୍ୟପଟେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା କାହିଁକି ଓ କିଏ ଏଭଳି ଆକ୍ରମଣ କରିଛି ତାହା ଜଣା ପଡି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ