Masthead

ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼

ଅନୁଗୁଳ (ବଡ଼ ଖବରା ବ୍ୟୁରୋ): ଅନୁଗୁଳ ସହର ଶିକ୍ଷକପଡା ନିକଟରେ ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଥିବା ବେଳେ ଗୁଳି ମାଡରେ ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଖବର ପାଇ ଅନୁଗୁଳ ଟାଉନ ଥାନା ପୁଲିସ ଘଟଣାର ତଦନ୍ତ କରୁଛି । ସୂଚନା ଅନୁସାରେ ଭବାନୀ ଶଙ୍କର ପ୍ରଧାନ ଓ ତାଙ୍କ ଜଣେ ବନ୍ଧୁ ବିଶ୍ଵଜିତ ମିତ୍ର ଶିକ୍ଷାକପଡାସ୍ଥିତ ଇକୋ ପାର୍କ ସମ୍ମୁଖରେ ଛିଡା ହୋଇଥିବା ବେଳେ ଏକ ମୋଟରସାଇକେଲରେ ହଠାତ ତିନି ଜଣ ଦୁର୍ବୃତ୍ତ ସେଠାରେ ପହଞ୍ଚିବା ସହ ଜଣେ ଏକ ବନ୍ଧୁକରୁ ଭବାନୀଙ୍କ ଉପରକୁ ଗୁଳି ଚଳାଇଥିଲେ ।

ଗୁଳି ଭବାନୀଙ୍କ ପେଟରେ ବାଜିଥିଲା । ଏହି ସମୟରେ ଅନୁ ଜଣେ ଦୁର୍ବୃତ୍ତ ଏକ ଲୁହା ରଡରେ ବିଶ୍ୱଜିତଙ୍କୁ ମଧ୍ୟ ଆକ୍ରମଣ କରିବା ପରେ ଫେରାର ହୋଇ ଯାଇଥିଲେ । ବିଶ୍ଵଜିତ ଓ ଆଖ ପାଖ ଲୋକ ଭବାନୀଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଅନ୍ୟପଟେ ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା କାହିଁକି ଓ କିଏ ଏଭଳି ଆକ୍ରମଣ କରିଛି ତାହା ଜଣା ପଡି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା