Masthead

୫ ବର୍ଷରେ ୫୦ଟି ମୁଖ୍ୟ ବିକାଶ କାର୍ଯ୍ୟର ରିପୋର୍ଟ କାର୍ଡ ଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ବିକାଶ କାର୍ଯ୍ୟର ରିପୋର୍ଟ କାର୍ଡ ଦେଲେ ଅପରାଜିତା ଷଡ଼ଙ୍ଗୀ । ୫ ବର୍ଷରେ ୫୦ଟି ମୁଖ୍ୟ ବିକାଶ କାର୍ଯ୍ୟର ବିବରଣୀ ଦେଲେ ଅପରାଜିତା ଷଡ଼ଙ୍ଗୀ । ସମୁଦାୟ ୧୪ ହଜାର ୩୧୭ ଅଭିଯୋଗରୁ ୧୨ ହଜାର ୫୯୮ ଅଭିଯୋଗର ସାମଧାନ କରିଛନ୍ତି ସାଂସଦ। ୫ ବର୍ଷରେ ୭୯୧୬ କୋଟି ଟଙ୍କାର ପ୍ରକଳ୍ପ କାମ ଅନୁମୋଦନ ହୋଇଛି। ସାଂସଦ ପାଣ୍ଠିରୁ ୧୭ କୋଟି, ଜାତୀୟ ରାଜପଥରେ ୬୪୧୦ କୋଟି, ପାଇପ ଯୋଗେ ପାନୀୟ ଜଳ ୧୦୬୮ କୋଟି, ରେଳ ବିଭାଗରେ ୩୭୩ କୋଟି ଟଙ୍କାର ପ୍ରକଳ୍ପ ହୋଇଛି। ଆସନ୍ତା ମାର୍ଚ୍ଚ ୩୧ରେ ସରିବ ହଂସପାଳ ଓଭରବ୍ରିଜ କାମ। ୭୨୩୦ ଟି ସୋଲାର ଲାଇଟ ଲାଗିଛି।

୪୬୧ ଟି ଥଣ୍ଡା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ହୋଇଛି। ୫୦୮ କୋଟି ବ୍ୟୟରେ ୧୦ଟି ଫ୍ଲାଏ ଓଭର ଓ ୪ଟି ଫୁଟ ଓଭାରବ୍ରିଜ ହୋଇଛି। ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡ ଜରିଆରେ ୧୩୭ ଜଣ ରୋଗୀଙ୍କୁ ୩ କୋଟି ୩୨ ଲକ୍ଷ ପ୍ରଦାନ କରିଛି। ସେହିପରି ଜଟଣୀ ଠାରେ ରେଳ ଓଭରବ୍ରିଜ ସ୍ଥାପନ ହୋଇଛି। ଭୁବନେଶ୍ୱର ମନ୍ଦିର ଓ ପ୍ରାକୃତିକ ଐତିହ ସୁରକ୍ଷା ପାଇଁ ୧୦ କୋଟିର ଅନୁଦାନ ହୋଇଛି। ସେହିପରି କପିଳେଶ୍ୱର ମହାଦେବ ମନ୍ଦିରକୁ ଏଏସଆଇ ସୂଚୀରେ ଆଣିବା। ଭରସା ନାମକ ଏକ ସ୍ବତନ୍ତ୍ର ପାଣ୍ଠି ଦ୍ଵାରା ୯୭୨ ଜଣଙ୍କୁ ୩୪ ଲକ୍ଷ ୪୦ ହଜାରର ସହାୟତା। ସେହିପରି ସଂସଦରେ ୩୪ଟି ବିତର୍କରେ ସକ୍ରିୟ ଭାବେ ଭାଗା ନେଇଛି। ୧୧୨ ୱାର୍ଡ, ୧୫୬ ଗ୍ରାମ ପଞ୍ଚାୟତ ଏବଂ ୧୦୦୧ ଗାଁରେ ବୁଲି ପଦଯାତ୍ରା ଓ ସାଧାରଣ ସଭା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ