ବେଗୁନିଆରେ ଅପରାଜିତାଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

ବେଗୁନିଆ, (ବଡ଼ ଖବର ବ୍ୟୁରୋ) : ବିଜେପି ପକ୍ଷରୁ ବେଗୁନିଆ ବ୍ଲକ ସମ୍ମୁଖରେ ବିଜେପିର ନବମ ଜନଶୁଣାଣୀ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବେଗୁନିଆ ବ୍ଳକର ବହୁ ଗରିବ ଅସହାୟମାନଙ୍କର ବିଭିନ୍ନ ସମସ୍ୟା ବିଷୟରେ ବୁଝିଥିଲେ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ରାସନକାର୍ଡ ବଣ୍ଟନ ଭଳି ଅନେକ ଯୋଜନା ବେଗୁନିଆ ବ୍ଳକରେ ବାଟମାରଣା ହେଉଛି । ପ୍ରକୃତ ହିତାଧିକାରୀ ବଞ୍ଚିତ ରହୁଥିବାରୁ ସାଂସଦ ଅପରାଜିତା ଷଡଙ୍ଗୀ ଏହାକୁ ଗୁରୁତ୍ୱଭାବେ ନେଇଛନ୍ତି । ଏହି କାର୍ଯ୍ୟକ୍ରମରେ ବିଜେପି ଜିଲ୍ଲା ସମ୍ପାଦକ ପ୍ରକାଶ ବିଜୁଳି, ବେଗୁନିଆ ନିର୍ବାଚନ ମଣ୍ଡଳୀର ସାଂସଦ ପ୍ରତିନିଧି ଅନୁଚୌଧୁରୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଘୁନାଥ ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ରହିଥିଲେ। କୋଭିଡ ନିୟମ ଉଲଘଂନ କରିଥିବା ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସକୁ ବି.ଏମ.ସି ପକ୍ଷରୁ ସିଲ କରାଯାଇଥିବାରୁ, ସେ ଆଗାମୀ ୧୫ ଦିନ ଏଭଳି ରାସ୍ତା କଡରେ ଜନଶୁଣାଣୀ କାର୍ଯ୍ୟକ୍ରମ କରିବେ ବୋଲି ସେ ସୂଚନା ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’