ବିଜେପିର ଏକଛତ୍ରବାଦୀ ଆଭିମୁଖ୍ୟକୁ ବିରୋଧ କରି ଆପ୍ କର୍ମୀଙ୍କ ଗର୍ଜନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫଦାରୀ ବିରୋଧ । ଆଜି ଦିଲ୍ଲୀର ସମସ୍ତ ବିଧାନସଭା କ୍ଷେତ୍ରରେ କରାଯାଉଛି ପ୍ରତିବାଦ । ବିଭିନ୍ନ ସ୍ଥାନରେ ଆପ୍ ନେତା ଓ କର୍ମୀ ବାହାର କରିବେ ମହମବତି ରାଲି । ବିଜେପିର ଏକଛତ୍ରବାଦୀ ଆଭିମୁଖ୍ୟକୁ ବିରୋଧ କରି ଆପ୍ କର୍ମୀଙ୍କ ଗର୍ଜନ । ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । କେନ୍ଦ୍ରୀୟ ଦିଲ୍ଲୀରେ ଥିବା ବିଜେପି ମୁଖ୍ୟାଳୟ ଓ ଇଡି ଅଫିସକୁ ବନ୍ଦ କରିଦିଆଯାଇଛି । ବିଭିନ୍ନ ସ୍ଥାନରେ ଅର୍ଦ୍ଧ ସାମରିକ ବାହିନୀ ମୁତୟନ କରାଯାଇଛ । ଟ୍ରାଫିକ କଟକଣାକୁ ଅଧିକ ଶକ୍ତିଶାଳୀ କରାଯାଇଛି ।

ସେପଟେ ଜେଲରୁ ରହି ସରକାର ପରିଚାଳନା ଆରମ୍ଭ କରିଛନ୍ତି କେଜ୍ରିଓ୍ବାଲ । ଜଳ ମନ୍ତ୍ରାଳୟର ଏକ ନିର୍ଦ୍ଦେଶନାମାକୁ ସେ ଜାରି କରିଛନ୍ତି । ସରକାର ପରିଚାଳନା ଲାଗି ଜେଲରେ ମୁଖ୍ୟମନ୍ତ୍ରୀଙ୍କ ଲାଗି କାର୍ଯ୍ୟାଳୟ ଖୋଲିବାକୁ କୋର୍ଟଙ୍କ ଅନୁମତି ମଗାଯିବ ବୋଲି ସୂଚନା ଦେଇଛନ୍ତି ଆପ୍ ନେତା । ତେଣେ ଗିରଫଦାରୀ ବିରୋଧରେ କେଜ୍ରିଓ୍ବାଲ କରିଥିବା ଆବେଦନର ଶୁଣାଣି ଆସନ୍ତା ୨୭ ତାରିଖରେ କରିବେ ଦିଲ୍ଲୀ ହାଇକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ