Masthead

୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ, ଇ-ଯାନ କିଣିଲେ ମିଳିବ ରିହାତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଛି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ । ଏଥିରେ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଏହି ବୈଠକରେ ଇ-ଜାନ ପଲିସିରେ ମେହାର ବାଜିବା ସହିତ ଭେଟେନାରୀ ସର୍ଭିସ କ୍ୟାଡର ସଂଶୋଧନକୁ ମଧ୍ୟ ମଞ୍ଜୁରୀ ମିଳିଛି ।

ତେବେ ଇ-ଯାନ ପଲିସି ଆଧାରରେ ଲେକ୍ଟ୍ରିଯାନ ବା ଇ-ଯାନ କିଣିଲେ ମିଳିବ ରିହାତି। ଉତ୍ପାଦନକାରୀ କମ୍ପାନୀ ଓ ଯାନ ବ୍ୟବହାରୀଙ୍କୁ ଏହାର ରିହାତି ଦିଆଯିବ। ଏଥିସହ ଗାଡି ପଞ୍ଜୀକରଣ ଦେୟ ଓ ରୋଡ୍ ଟ୍ୟାକ୍ସ ମଧ୍ୟ ଛାଡ କରାଯିବ। ୨୦୨୫ ସୁଦ୍ଧା ସମସ୍ତ ଯାନ ଉପରେ ୨୦ ପ୍ରତିଶତ ଇ-ଯାନ ପାଇଁ ବ୍ୟବସ୍ଥା ରହିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଓଡିଶା ସ୍ୟାଣ୍ଡ ମାଇନିଂ ପଲିସିକୁ କ୍ୟାବିନେଟ୍ ମୋହର ବାଜିଛି। ଓଡିଶା ଭେଟେନାରୀ ସର୍ଭିସ୍ କ୍ୟାଡର ସଂଶୋଧନକୁ ମଞ୍ଜୁରୀ ମିଳିଛି। ଆଉ ୪୨୯ ପଦବୀ ବଢିବ ଏବଂ ଏହା ୧୪୮୧ରୁ ବଢି ୧୯୧୦ ହେବ।

ଏଡେଡ୍ କଲେଜ ରିଟାୟାର ବେନିଫିଟ୍ ସ୍କିମକୁ ମଧ୍ୟ କ୍ୟାବିନେଟ୍ ଅନୁମୋଦ ମିଳିଛି। କଲେଜ ଅଧ୍ୟକ୍ଷ ଏଣିକି ଷ୍ଟାଫଙ୍କ ପ୍ରୋଭିଜିନାଲ ପେନସନ କରି ପାରିବେ। ସେହିପରି ଆଞ୍ଚଳିକ ନିର୍ଦ୍ଦେଶକ କଲେଜ୍ ଅଧ୍ୟକ୍ଷମାନଙ୍କ ପେନସନ କରି ପାରିବେ। ବାଲି ଖାଦାନକୁ ଅଧିକ ବ୍ୟବସ୍ଥିତ କରିବାକୁ ପଲିସି ଆସିବ। ଏହାକୁ ଦୃଷ୍ଟିରେ ରଖି ଓଡିଶା ସ୍ୟାଣ୍ଡ ମାଇନିଂ ପଲିସିକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ