Masthead

ପଦ୍ମ ଧରିଲେ ଅରବିନ୍ଦ ଢାଲି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିଲେ ଅରବିନ୍ଦ ଢାଲି । ଜୟଦେବ ବିଧାୟକ ହେଉଛନ୍ତି ଅରବିନ୍ଦ ଢାଲି । ଗତକାଲି ବିଜେଡିରୁ ଦେଇଥିଲେ ଇସ୍ତଫା । ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ମିଶିଲେ । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ୍  ।

ତେବେ ଗତକାଲି ବିଜେଡିର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଥିଲେ ଅରବିନ୍ଦ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇତିଲେ । ଏହାର ଗୋଟିଏ ଦିନ ପରେ ଆଜି ସେ ବିଜେପିରେ ସାମିଲ ହେଇଛନ୍ତି । ୧୯୯୨ ମସିହାରେ ମାଲକାନଗିରିରୁ ବିଜେପି ଟିକେଟରେ ସେ ବିଧାୟକ ହେଇଥିଲେ । ଏମିତି ବିଜେଡି-ବିଜେପି ମେଣ୍ଟ ସରକାରରେ ସେ ପରିବହନ ମନ୍ତ୍ରୀ ବି ରହିଥିଲେ ।

ହେଲେ ୨୦୦୯ ମସିହାରେ ସେ ବିଜେପି ଛାଡି ବିଜେଡିରେ ସାମିଲ ହେଇଥିଲେ । ୨୦୦୯, ୨୦୧୯ରେ ଜୟଦେବ ନିର୍ବାଚନ ମଣ୍ଡଳୀରୁ ବିଧାୟକ ନିର୍ବାଚିତ ହେଇଥିଲେ ଅରବିନ୍ଦ ଢାଲି । ହେଲେ ଏବେ ସେ ବିଜେଡି ଛାଡି ବିଜେପିରେ ସାମିଲ ହେବା ସହିତ ପୁଣି ନିଜର ପୁରୁଣା ଦଳକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା