Masthead

ଆରପାରିରେ ସାମ୍ବାଦିକ ଅରିନ୍ଦମ ଦାସ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଆଉ ନାହାନ୍ତି ସାମ୍ବାଦିକ ଅରିନ୍ଦମ ଦାସ। ଓଟିଭିର ଚିଫ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି । କଟକ ମହାନଦୀ ମୁଣ୍ଡଳିରେ ଫସିଥିବା ହାତୀକୁ ଉଦ୍ଧାର କରିବା ସମୟରେ ଏଭଳି ବଡ଼ ଅଘଟଣ ଘଟିଥିଲା । ଓଡ୍ରାଫ ବୋଟ୍ ଓଲଟିବାରୁ ସେଥିରେ ଥିବା ଦୁଇ ଗଣମାଧ୍ୟମ ପ୍ରତିନିଧି ବୁଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି କଟକ ଏସସିବିକୁ ନିଆଯାଇଥିଲା । ଏସସିବିରେ ବରିଷ୍ଠ ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ । ଜଣେ କର୍ତ୍ତବ୍ୟନିଷ୍ଠ ଓ ପ୍ରତିଭାବାନ ସାମ୍ବାଦିକ ଭାବେ ସାରା ଓଡ଼ିଶାରେ ସେ ପ୍ରସିଦ୍ଧ ଥିଲେ । ତାଙ୍କର ଏଭଳି ଅକାଳ ବିୟୋଗରେ ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ