Masthead

ଆରପାରିରେ ସାମ୍ବାଦିକ ଅରିନ୍ଦମ ଦାସ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଆଉ ନାହାନ୍ତି ସାମ୍ବାଦିକ ଅରିନ୍ଦମ ଦାସ। ଓଟିଭିର ଚିଫ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି । କଟକ ମହାନଦୀ ମୁଣ୍ଡଳିରେ ଫସିଥିବା ହାତୀକୁ ଉଦ୍ଧାର କରିବା ସମୟରେ ଏଭଳି ବଡ଼ ଅଘଟଣ ଘଟିଥିଲା । ଓଡ୍ରାଫ ବୋଟ୍ ଓଲଟିବାରୁ ସେଥିରେ ଥିବା ଦୁଇ ଗଣମାଧ୍ୟମ ପ୍ରତିନିଧି ବୁଡ଼ିଯାଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରି କଟକ ଏସସିବିକୁ ନିଆଯାଇଥିଲା । ଏସସିବିରେ ବରିଷ୍ଠ ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ । ଜଣେ କର୍ତ୍ତବ୍ୟନିଷ୍ଠ ଓ ପ୍ରତିଭାବାନ ସାମ୍ବାଦିକ ଭାବେ ସାରା ଓଡ଼ିଶାରେ ସେ ପ୍ରସିଦ୍ଧ ଥିଲେ । ତାଙ୍କର ଏଭଳି ଅକାଳ ବିୟୋଗରେ ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା