Masthead

କ୍ରିକେଟର ମହମ୍ମଦ ସାମିଙ୍କୁ ଅର୍ଜୁନ ସମ୍ମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅର୍ଜୁନ ପୁରସ୍କାର ପାଇବାରେ ଭାରତୀୟ କ୍ରିକେଟର ମହମ୍ମଦ ସାମି ୫୮ ତମ କ୍ରିକେଟର ହୋଇଛନ୍ତି। ଆଜି ତାଙ୍କୁ ଏହି ବଡ କ୍ରୀଡା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଛନ୍ତି। ଅର୍ଜୁନ ପୁରସ୍କାର ପାଇଲେ କ୍ରିକେଟର ମହମ୍ମଦ ସାମି । ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ କ୍ରୀଡା ପୁରସ୍କାର ପ୍ରଦାନ ଉତ୍ସବରେ ତାଙ୍କୁ ସମ୍ମାନିତ କରାଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଅର୍ଜୁନ ପୁରସ୍କାର ଗ୍ରହଣ କରିଛନ୍ତି ମହମ୍ମଦ ସାମି ।

୨୦୨୩ ବର୍ଷ ପାଇଁ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିବା ବେଳେ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । କ୍ରିକେଟ ଜଗତରେ ପ୍ରଥମ ଥର ପାଇଁ ସଲିମ ଦୁରାନୀ ଏହି ପୁରସ୍କାର ଗ୍ରହଣ କରିଥିଲେ। ଏହି ପୁରସ୍କାର ପାଇଥିବା ଶେଷ କ୍ରିକେଟର ହେଉଛନ୍ତି ଶିଖର ଧାୱନ। ୨୦୨୧ରେ ଶିଖର ଏହି ସମ୍ମାନ ଗ୍ରହଣ କରିଥିଲେ। ଗତ ବର୍ଷ ଏହି ପୁରସ୍କାର ପାଇଁ କୌଣସି କ୍ରିକେଟର ମନୋନୀତ ହୋଇ ନ ଥିବା ବେଳେ ଏଥର ସାମିଙ୍କୁ ପରସ୍କାର ପ୍ରଦାନ କରାଯାଇଛି। ସାମିଙ୍କ ସହ ଅନ୍ୟ ୨୩ ଖେଳାଳିଙ୍କୁ ମଧ୍ୟ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ