ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭୀଷଣ ବାତ୍ୟାରେ ପରିଣତ ହୋଇଛି ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ । ସମୁଦ୍ର ଭିତରେ ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ । ଗୋପାଳପୁର ଠାରୁ ଦକ୍ଷିଣରେ ୩୮୦ କିମି ଦୂରରେ ଅର୍ଣ୍ଣବ । ବିଶାଖାପାଟଣା ଠାରୁ ଦକ୍ଷିଣପୂର୍ବର ୩୦୦ କିମି ଦୂରରେ କେନ୍ଦ୍ରୀଭୂତ । ୨୫ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢୁଛି । ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହାପରେ ଉତ୍ତରପଶ୍ଚିମ ମୁହାଁ ହୋଇ ଆନ୍ଧ୍ର ଓ ୟାନମ ଉପକୂଳକୁ ଆସିବ । କାଲି ପୂର୍ବାହ୍ନରେ ବାପଟଲା ଓ ବିଶାଖାପାଟଣା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ । ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୧୧୫ରୁ ୧୨୫ କିମି ରହିବ । ଝଟ୍‌କା ପବନର ବେଗ ୧୪୦ କିମି ପର୍ଯ୍ୟନ୍ତ ଛୁଇଁବ ।

ତ୍ୟା ର ପ୍ରଭାବ ଅଧିକ ଆନ୍ଧ୍ର ଉପରେ ରହିବ । କିନ୍ତୁ ଓଡିଶାରେ ମଧ୍ୟ ଅଧିକ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବାତ୍ୟାର ପ୍ରଭାବ ଉପରେ ନଜର ରଖାଯାଉଛି । କୋରାପୁଟ, ମାଲକାନାଗିରି, ଗଜପତି, ଗଞ୍ଜାମ, ନବରଙ୍ଗପୁର  ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି । ଦକ୍ଷିଣ ଓଡିଶାରେ  ପବନର ବେଗ ୬୦ରୁ ୭୦ କିଲୋମିଟର ରହିବ । ଏବ  ବାତ୍ୟା ପ୍ରଭାବରେ ୨୭ ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାକୁ ନେଇ ରେଡ଼ ଓ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।  ‘ଅର୍ଣ୍ଣବ’ର ସମ୍ଭାବ୍ୟ ପ୍ରଭାବକୁ ନଜରରେ ରଖି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ପୁରୀ ଜିଲ୍ଲାରେ ଆଜି ଓ କାଲି ସ୍କୁଲ୍‌ ଛୁଟି ଘୋଷଣା ।  ଶିଶୁବାଟିକା ଠାରୁ ଦ୍ବାଦଶ, ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ।  ଶିକ୍ଷକମାନଙ୍କୁ ସ୍କୁଲ୍‌ ଆସିବା ପାଇଁ ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ଆନନ୍ଦପୁରରେ ଏନକାଉଣ୍ଟର 🔴 ମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀଙ୍କ ଠାରୁ ମାତ୍ର ହଜାରେ ଅଧିକ ପାଉଛନ୍ତି ମୁଖ୍ୟମନ୍ତ୍ରୀ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ଆନନ୍ଦପୁରରେ ଏନକାଉଣ୍ଟର 🔴 ମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀଙ୍କ ଠାରୁ ମାତ୍ର ହଜାରେ ଅଧିକ ପାଉଛନ୍ତି ମୁଖ୍ୟମନ୍ତ୍ରୀ