Masthead

‘ଖୁବଶୀଘ୍ର ବିଦ୍ୟାଭାରତୀଙ୍କୁ ଗିରଫ କର’

ଖଇରା(ବଡ଼ ଖବର ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା । ଖୁବଶୀଘ୍ର ବିଦ୍ୟାଭାରତୀଙ୍କୁ ଗିରଫ କର । ବିବାହ ସମୟରେ ଦେଇଥିବା ପ୍ରତିଶ୍ରୁତି ରଖିପାରିଲେନି ବିଦ୍ୟାଭାରତୀ । ଏଣୁ ବିଦ୍ୟାଙ୍କୁ ଖୁବଶୀଘ୍ର ଗିରଫ କରାଯାଉ । ଏଭଳି ଦାବି କରିଛନ୍ତି ମୃତ ସୌମ୍ୟଙ୍କ ମା’ । ଏସିଏଫ ସୌମ୍ୟ ମୃତ୍ୟୁକୁ ଦୀର୍ଘ ୨ ମାସ ବିତିଯାଇଥିଲେ ମଧ୍ୟ ଏଯାଏଁ ପ୍ରକୃତ ହତ୍ୟାକାରୀ କିଏ ତାକୁ ଚିହ୍ନଟ କରିବାରେ ପୋଲିସ ଓ କ୍ରାଇମବ୍ରାଞ୍ଚ ବିଫଳ । ଗୋଟେପଟେ ବିଦ୍ୟାଭାରତୀଙ୍କୁ ସୌମ୍ୟଙ୍କ ପରିବାର ଲୋକେ ମୁଖ୍ୟ ଅଭିଯୁକ୍ତ ଭାବେ ଦାବି କରୁଥିବା ବେଳେ କିନ୍ତୁ ବିଦ୍ୟାଭାରତୀ ସମ୍ପୂର୍ଣ୍ଣ ନିରବ ।

ଗତ ଶନିବାର ଦିନ ଡିଏଫଓ ଓ ରୋଷେୟାଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିବା ବେଳେ ଆଜି ବିଦ୍ୟାଭାରତୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱର ଷ୍ଟେଟ ଫରେନ୍ସିକ ଲ୍ୟାବରେ ଦୀର୍ଘ ୪ ଘଣ୍ଟା ଧରି ବିଦ୍ୟାଭାରତୀଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଥିଲା । ଏଥିରେ ବିଦ୍ୟାଭାରତୀଙ୍କୁ ପ୍ରାୟ ୧୦୦ ପ୍ରଶ୍ନ ପଚାରିଥିଲା କ୍ରାଇମବ୍ରାଞ୍ଚ । ଏଠାରେ ପ୍ରଶ୍ନ ଉଠୁଛି, ସତ କହିଲେ ତ ବିଦ୍ୟାଭାରତୀ? ଯାହା ଏବେ ସନ୍ଦେହ ଘେରରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ