Masthead

ଦେଢ଼ ମାସ ପରେ ସଫଳତା

ଲୋଇସିଂହା (ବଡ଼ ଖବର ବ୍ୟୁରୋ): କାଠ ଚୋରି କରି ଖସିଯାଇଥିଲେ । ଦୀର୍ଘ ଦେଢ଼ ମାସ ପରେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ଜଙ୍ଗଲ ମାଫିଆ । ମଙ୍ଗଳବାର ଲୋଇସିଂହା ବନ ବିଭାଗ ଦୁଇ ଜଣ କାଠ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ କୁଶଙ୍ଗ ଗାଁର ସାମନ୍ତ ବେହେରା ଓ ତାଳଜୁରୀ ଗାଁର ସୁରେଶ ସାହୁ । ଏମାନେ ସେପ୍ଟେମ୍ବର ୨୮ ରାତିରେ ମହଦାସୁନି ସଂରକ୍ଷିତ ଜଙ୍ଗଲରୁ କାଠ ଚୋରି କରି ଟ୍ରାକ୍ଟର ଯୋଗେ ଫଲସାମାଲ-ଡୁମେରଝରନ ରାସ୍ତାରେ ଚାଲାଣ କରିଥିଲେ । ବନ ବିଭାଗ କର୍ମଚାରୀ ଆସିବାରୁ ଅନ୍ଧାରର ସୁଯୋଗ ନେଇ ଖସି ପଳାଇଥିଲେ । ଯଦିଓ ସେତେବେଳେ ଟ୍ରାକ୍ଟର ଓ କାଠ ଜବତ କରାଯାଇଥିଲା କିନ୍ତୁ ଦୁଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ