Masthead

କୋଟିଆ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଓଡ଼ିଶା ନାଗରିକ ମହାମଞ୍ଚର କର୍ମକର୍ତ୍ତା

ସେମିଳିଗୁଡ଼ା (ବଡ଼ ଖବର ବ୍ୟୁରୋ): ଓଡ଼ିଶା ନାଗରିକ ମହାମଞ୍ଚର କର୍ମକର୍ତ୍ତା ପହଞ୍ଚିଛନ୍ତି କୋଟିଆର ୨୧ଟି ଗାଁରେ । ସେଠାରେ ପହଞ୍ଚି ସୀମା ଅନୁଧ୍ୟାନ କରିଛନ୍ତି । କୋଟିଆର କୁରୁଡ଼ିପଦର, ଗଞ୍ଜେଇପଦର, କୋଟିଆ, ସେମ୍ବି, ଧୂଳି ପଦର ଓ ନାରେଡ ବାଲସାରେ ପହଞ୍ଚି ସୀମାବର୍ତ୍ତୀ ଅଞ୍ଚଳରେ ରହୁଥିବା ଓଡ଼ିଆ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିଛନ୍ତି କର୍ମକର୍ତ୍ତା ।

ଓଡ଼ିଶା ନାଗରିକ ମହାମଞ୍ଚର ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ, ଉତ୍କଳ ପୂର୍ଣ୍ଣାଙ୍ଗ ପୂର୍ଣ୍ଣନ୍ୟାସ ମଣ୍ଡଳୀର ଅଧ୍ୟକ୍ଷ ସୀତା ବହ୍ଲଭ ମହାପାତ୍ର, ଜନଅଧିକାର ସାମୁଖ୍ୟର ସଭାପତି ବିଜୟ ପରିଡ଼ା,ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ସଭାପତି ମୂରଲୀଧର ବାହୁ, ଯୁବ ସାମ୍ବାଦିକ ଚୀରଞ୍ଜୀବ ସେଠୀ, ଆମ କୋଟିଆ ସଂଗଠନ ଆବାହକ ଗଦାଧର ପରିଡ଼ା ପ୍ରମୁଖ କୋଟିଆ ପହଞ୍ଚିଥିଲେ ।

ସେଠାରେ ଯାଇ ଓଡ଼ିଆ ନାମଫଳକ ପୋତିଛନ୍ତି । ଆନ୍ଧ୍ର ସରକାର ବ୍ୟକ୍ତିଗତ ଭାବେ କୋଟିଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନା କରି ସରକାରୀ ସହାୟତା ଯୋଗାଇ ଦେଉଛନ୍ତି । ଏଣୁ କୋଟିଆ ଲୋକେ ଆନ୍ଧ୍ର ମୁହାଁ ହେଉଛନ୍ତି । ତେଣୁ ଓଡ଼ିଶା ସରକାର କୋଟିଆ ସମେତ ଅବିଭକ୍ତ କୋରାପୁଟର ସୀମାନ୍ତ ଅଞ୍ଚଳ ଲୋକଙ୍କ ପାଇଁ ସ୍ଵତନ୍ତ୍ର ଯୋଜନା କରିବା ଆବଶ୍ୟକତା ଥିବା ଓଡ଼ିଶା ନାଗରିକ ମହାମଞ୍ଚର କର୍ମକର୍ତ୍ତା ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା