Masthead

ଦୀପାବଳିରେ ବାଣ ଉପରେ ରହିବ ପ୍ରତିବନ୍ଧକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ପ୍ରତିବର୍ଷ ଦୀପାବଳି ସମୟରେ ବାୟୁ ପ୍ରଦୂଷିତ ହୋଇଥାଏ, ଯାହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି ଯେ, ଗତ କିଛି ବର୍ଷ ପରି ଏହି ବର୍ଷ ମଧ୍ୟ ଦେଶର ରାଜଧାନୀରେ ବାଣ ଫୁଟା ଉପରେ ରୋକ ଜାରି ରହିବ । ଗୋପାଳ କହିଛନ୍ତି, ଦିଲ୍ଲୀରେ ଶୀତଦିନେ ପ୍ରଦୂଷଣ ସ୍ତର ବଢ଼ିଯାଇଥାଏ । ଚଳିତ ବର୍ଷ ମଧ୍ୟ ଦିଲ୍ଲୀରେ ସମସ୍ତ ପ୍ରକାରର ବାଣ ତିଆରି, ବିକ୍ରି,ସଂରକ୍ଷଣ ଏବଂ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ରହିବ । ୨୦୨୧ ସେପ୍ଟେମ୍ବର ୨୮ରେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଦିଲ୍ଲୀରେ ବାଣ ତିଆରି ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଇଥିଲା । ଗତ ବର୍ଷ ମଧ୍ୟ ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲଗାଯାଇଥିଲା । ମନ୍ତ୍ରୀ କହିଛନ୍ତି, ଦିଲ୍ଲୀର ପ୍ରଦୂଷଶ ହଟସ୍ଫଟ ଅଞ୍ଚଳର ମନିଟରିଂ କରାଯାଉଛି । ଏହା ସହିତ ଶୀତକାଳିନ ଆକ୍ସନ ପ୍ଳାନ ମଧ୍ୟ ଲାଗୁ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି