Masthead

ବାୟୁ ପ୍ରଦୂଷଣ ରୋକିବା ପାଇଁ କୃତ୍ରିମ ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ବିଷ ବିଭୀଷିକା । ଅଣନିଶ୍ୱାସୀ ଦିଲ୍ଲୀବାସୀ । ବିଷ ବଳୟରେ ଭିତରେ ପୁରା ରାଜଧାନୀ । ଦିଲ୍ଲୀରେ ବାୟୁର ମାନ ଅତ୍ୟନ୍ତ ନିମ୍ନମାନର ରହିବା ପରେ, ଚିନ୍ତାରେ ରାଜଧାନୀ ବାସୀ ଏବଂ ସରକାର। ଚାରିଆଡ଼େ ଧୂଆଁ ଧୂଆଁ, ପ୍ରଦୂଷିତ କୁହୁଡ଼ି ଭଳି ଆସ୍ତରଣ । ଭିଜିବିଲିଟି କମିଛି, ଶ୍ୱାସସକ୍ରିୟାରେ ବି କଷ୍ଟ ହେଉଛି । ଦିନକୁ ଦିନ ପ୍ରଦୁଷଣ ବୃଦ୍ଧି ପାଉଥିବା ବେଳେ ସ୍ଥାନୀୟ ବାସିନ୍ଦାଙ୍କ ସହିତ ସରକାରଙ୍କ ଚିନ୍ତା ମଧ୍ୟ ବଢିଛି । ଆଉ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ସରକାର କୃତ୍ରିମ ବର୍ଷା କରାଇବାକୁ ନିଷ୍ପତ୍ତି ନେଇଛନ୍ତି ।

ଗତକାଲି ଆଇଆଇଟି କାନପୁରର ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ନଭେମ୍ବର ୨୦ରୁ ବର୍ଷା କରାଇବାକୁ ତାରିଖ ଧାର୍ଯ୍ୟ କରାଯାଇଛି । ଆଇଆଇଟି କାନପୁର ଏ ସଂକ୍ରାନ୍ତ ଚୂଡାନ୍ତ ଯୋଜନା ଦିଲ୍ଲୀ ସରକାରଙ୍କୁ ଉପଲବ୍ଧ କରାଇଛି । ତେବେ ଏନେଇ ଆଜି ସୁପ୍ରିମକୋର୍ଟଙ୍କୁ ଜଣାଇବେ ଦିଲ୍ଲୀ ସରକାର । ଯଦି ନଭେମ୍ବର ୨୦-୨୧ ତାରିଖ ଦିଲ୍ଲୀ ଆକାଶରେ ମେଘ ଥାଏ ଏବଂ କୃତ୍ରିମ ବର୍ଷା ଅନୁମୋଦନକୁ ମଞ୍ଜୁରୀ ମିଳିଲେ ବର୍ଷା କରାଯିବ । ଆଉ ଏହା ହେବ ଦେଶରେ ପ୍ରଥମ ବୈଜ୍ଞାନିକ ପଦ୍ଧତି ଅନୁସାରେ କୃତ୍ରିମ ବର୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ