Masthead

ଏଣିକି ଦାସକାଠିଆ ପାଇଁ ୨୪୦୦, ପାଲା ପାଇଁ ୬୮୦୦ ଟଙ୍କା ମିଳିବ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପ୍ରଗତିଶୀଳ ପଦକ୍ଷେପ ନେଇଛନ୍ତି । ୨୦୦୯ ମସିହା ରୁ ବ୍ଲକ୍ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟସ୍ତର ପର୍ୟ୍ୟନ୍ତ କଳାକାର ମାନଙ୍କ ସଂଘ ଗଠନ କରାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଅନ୍ୟାନ୍ୟ ବିଭାଗ ଦ୍ବାରା ଲୋକକଳା କାର୍ଯ୍ୟକ୍ରମର ଆୟୋଜନ କରାଯାଇ ପ୍ରୋତ୍ସାହନ ଦିଆଯାଉଛି । କଳାକାର ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ଗୁଡିକରେ କଳାକାର ମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ବିଭିନ୍ନ ଲୋକକଳା ଯଥା ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ନୂତନ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଲୋକକଳା ପାଇଁ ଗୋଟିଏ ଦିନରେ ୩ ଘଣ୍ଟାରେ ୩ଟି ପ୍ରଦର୍ଶନ କରିବା ପାଇଁ ବର୍ଦ୍ଧିତ ପାରିଶ୍ରମିକ ଘୋଷଣା କରାଯାଇଛି । ଦଳର ମୁଖ୍ୟଙ୍କୁ ଦିନକୁ ୧୦୦୦ ଟଙ୍କା ଓ ଅନ୍ୟ ସଦସ୍ୟମାନଙ୍କୁ ୮୦୦ ଟଙ୍କା ଲେଖାଏ ପ୍ରଦାନ କରାଯିବ।

ଏହାସହିତ, କଳାକାରମାନଙ୍କ ଗମନାଗମନ ଓ ଖାଦ୍ୟ ପାଇଁ ଜଣ ପିଛା ଦୈନିକ ୩୦୦ ଟଙ୍କା ଲେଖାଏ ଦିଆଯିବ। ଏହି ନୂତନ ପାରିଶ୍ରମିକ ଅନୁଯାୟୀ ଦାସକାଠିଆ ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଚ୍ଛା ୨୦୦ ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ ଏକ ଦୁଇ ଜଣିଆ ଦଳକୁ ଏକକାଳୀନ ୨୪୦୦ ଟଙ୍କା ପ୍ରଦାନ କରାଯିବ। ସେହିପରି ପାଲା ପ୍ରଦର୍ଶନ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଚ୍ଛା ୩୫୦ ଟଙ୍କା ଦିଆଯାଉଥିବା ବେଳେ, ଏବେ ଏକ ୬ ଜଣିଆ ଦଳକୁ ଏକକାଳୀନ ୬୮୦୦ ଟଙ୍କା ଦିଆଯିବ। ଘୋଡାନାଚ କ୍ଷେତ୍ରରେ ପୂର୍ବରୁ କାର୍ଯ୍ୟକ୍ରମ ପିଚ୍ଛା ୩୫୦ ଟଙ୍କା ଦିଆଯାଉଥିବା ବେଳେ, ବର୍ତ୍ତମାନ ୮ ଜଣିଆ ଘୋଡାନାଚ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ । ସେହିପରି ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପୂର୍ବରୁ କାର୍ଯ୍ୟକ୍ରମ ପିଚ୍ଛା ୪୦୦ ଟଙ୍କା ଦିଆଯାଉଥିଲା । ଏବେ ଏକ ୮ ଜଣିଆ ଦଳକୁ ଏକକାଳୀନ ୯୦୦୦ ଟଙ୍କା ଦିଆଯିବ।ଲୋକକଳାର ସୁରକ୍ଷା ତଥା କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ଦିଗରେ ଏହି ପଦକ୍ଷେପ ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ