ଶଙ୍ଖ ଧରିଲେ ଅରୁଣ ଦେ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ସଦର ଉପନିର୍ବାଚନ ଲାଗି ପ୍ରାର୍ଥୀ ଘୋଷଣା ହେବା ପୂର୍ବରୁ ଚାଲିଛି ଦଳବଦଳ । ପ୍ରତ୍ୟେକ ଦିନ ବିଭିନ୍ନ ହୋଟେଲରେ ବସୁଛି ତୁହାକୁ ତୁହା ରୁଦ୍ଧଦ୍ୱାର ବୈଠକ । ବୁଧବାର ବିଜେଡିରେ ଯୋଗଇଛନ୍ତି ବାଲେଶ୍ୱରର ପୂର୍ବତନ ବିଧାୟକ ଅରୁଣ ଦେ । ବିଜେଡିର ତୁଙ୍ଗନେତା ଦେବୀପ୍ରସାଦ ମିଶ୍ର ଏବଂ ପ୍ରତାପ ଜେନାଙ୍କ ଉପସ୍ଥିତିରେ ଅରୁଣ ତାଙ୍କ ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ସାମିଲ୍ ହୋଇ ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଗଭୀର ଆସ୍ଥା ପ୍ରକଟ କରିଛନ୍ତି । ଅରୁଣ ଦେଙ୍କ ପରି ଜଣେ ଟାଣୁଆ ନେତା ବିଜେଡିରେ ଯୋଗଦେବା ପରେ ଦଳ ଅଧିକ ଶକ୍ତିଶାଳୀ ହେବ ବୋଲି ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ କହିଛନ୍ତି । ସେପଟେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କହିଛନ୍ତି ଦଳ ଉପରେ କୌଣସି ପ୍ରଭାବ ପଡିିବନାହିଁ । ସେ ସ୍ପଷ୍ଟ କରିଛନ୍ତି, ଜନତା ପୂର୍ବରୁ କଂଗ୍ରେସକୁ ଭରସା କରୁଥିଲେ ଆଉ ଏବେ ମଧ୍ୟ ଭରସା କରି ଭୋଟ ଦେବେ ।

ସଦର ବିଧାନସଭା ଆସନଟି ବିଜେପି ହାତରେ ଥିଲା । ଦଳ ପୁଣିଥରେ ଆସନ ଫେରାଇ ଆଣିବାକୁ ଚେଷ୍ଠା କରୁଛି । ପ୍ରତ୍ୟେକଦିନ ବିରୋଧୀ ଦଳର ଟାଣୁଆ ନେତାଙ୍କୁ ମଧ୍ୟ ବିଜେପିରେ ସାମିଲ କରାଉଛି । ସଦର ବ୍ଳକର ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ନାରାୟଣ ପ୍ରଧାନ ମଙ୍ଗଳବାର ବିଜେପିରେ ସାମିଲ ହୋଇଛନ୍ତି । ଆସନ୍ତା ୧୦ତାରିଖରେ କଂଗ୍ରେସ ପ୍ରଭାରୀ ଚୋଲାକୁମାରଙ୍କ ବାଲେଶ୍ୱର ଗସ୍ତ ପୂର୍ବରୁ ଅରୁଣ ଦେଙ୍କ ଦଳବଦଳକୁ ନେଇ ଚର୍ଚ୍ଚା ଜୋର ଧରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ