ଆଜି ଓଡ଼ିଶା ଆସିବେ ଅରୁଣ ଗୋଭିଲ୍, ୪ ସଭାରେ ଦେବେ ଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର କେନ୍ଦ୍ର ନେତୃତ୍ୱ। ଆଜି ଓଡ଼ିଶାରେ ପ୍ରଚାର କରିବେ ବିଜେପି ନେତା ତଥା ରାମାୟଣ ସିରିଏଲର ରାମ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ୍। ସେ ବିଜେପି ନେତାଙ୍କ ପାଇଁ ଭୋଟ୍ ମାଗିବେ। ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭାରେ ଯୋଗଦେବେ ଅରୁଣ ଗୋଭିଲ । ସେହିଭଳି ଆସନ୍ତାକାଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମଧ୍ୟ ଓଡ଼ିଶା ଆସୁଛନ୍ତି। ଚିଲିକା ଓ କେନ୍ଦ୍ରାପଡା ଲୋକସଭା କ୍ଷେତ୍ରର ସାଲେପୁର କୁଳିଆରେ ଜନସଭା କରିବେ ଯୋଗୀ ଆଦିତ୍ୟନାଥ।

ସକାଳ ୧୦ଟା ସମୟରେ ଯୋଗୀଙ୍କ ସହ ଏହି ସଭାରେ କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ମାହାଙ୍ଗା ବିଧାୟକ ପ୍ରାର୍ଥୀ ସୁମନ୍ତ କୁମାର ଘଡେଇ ଓ ସାଲେପୁର ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ପ୍ରମୁଖ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ଯୋଗୀଙ୍କର ଏହି ପ୍ରଚାର ଉପକୂଳ ଓଡ଼ିଶାରେ ପ୍ରଭାବ ପକାଇବ ବୋଲି କହିଛନ୍ତି ବିଧାୟକ ପ୍ରାର୍ଥୀ ସୁମନ୍ତ କୁମାର ଘଡେଇ। ସେହିପରି କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦାରେ ସଭାରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମ ମଧ୍ୟ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ଦେବଗଡ଼, ବଡବିଲ, ଚୌ ଦ୍ୱାର ଓ ବଡମ୍ବାରେ ସଭା କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!