Masthead

ଆଜି ଓଡ଼ିଶା ଆସିବେ ଅରୁଣ ଗୋଭିଲ୍, ୪ ସଭାରେ ଦେବେ ଯୋଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର କେନ୍ଦ୍ର ନେତୃତ୍ୱ। ଆଜି ଓଡ଼ିଶାରେ ପ୍ରଚାର କରିବେ ବିଜେପି ନେତା ତଥା ରାମାୟଣ ସିରିଏଲର ରାମ ଚରିତ୍ରରେ ଅଭିନୟ କରିଥିବା ଅରୁଣ ଗୋଭିଲ୍। ସେ ବିଜେପି ନେତାଙ୍କ ପାଇଁ ଭୋଟ୍ ମାଗିବେ। ଚମ୍ପୁଆ, ତେଲକୋଇ, ଢେଙ୍କାନାଳ ଓ ବାଲିପାଟଣାରେ ସଭାରେ ଯୋଗଦେବେ ଅରୁଣ ଗୋଭିଲ । ସେହିଭଳି ଆସନ୍ତାକାଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମଧ୍ୟ ଓଡ଼ିଶା ଆସୁଛନ୍ତି। ଚିଲିକା ଓ କେନ୍ଦ୍ରାପଡା ଲୋକସଭା କ୍ଷେତ୍ରର ସାଲେପୁର କୁଳିଆରେ ଜନସଭା କରିବେ ଯୋଗୀ ଆଦିତ୍ୟନାଥ।

ସକାଳ ୧୦ଟା ସମୟରେ ଯୋଗୀଙ୍କ ସହ ଏହି ସଭାରେ କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା, ମାହାଙ୍ଗା ବିଧାୟକ ପ୍ରାର୍ଥୀ ସୁମନ୍ତ କୁମାର ଘଡେଇ ଓ ସାଲେପୁର ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ପ୍ରମୁଖ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ଯୋଗୀଙ୍କର ଏହି ପ୍ରଚାର ଉପକୂଳ ଓଡ଼ିଶାରେ ପ୍ରଭାବ ପକାଇବ ବୋଲି କହିଛନ୍ତି ବିଧାୟକ ପ୍ରାର୍ଥୀ ସୁମନ୍ତ କୁମାର ଘଡେଇ। ସେହିପରି କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦାରେ ସଭାରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମ ମଧ୍ୟ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସି ଦେବଗଡ଼, ବଡବିଲ, ଚୌ ଦ୍ୱାର ଓ ବଡମ୍ବାରେ ସଭା କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା