ସମ୍ବିଧାନର କେଉଁଠି ଲେଖା ଅଛି ଅବସର ପ୍ରାପ୍ତ ଅଫିସରଙ୍କୁ ନିଯୁକ୍ତି ଦିଆଯିବନି: ଅରୁଣ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ବିରୋଧୀ ଦଳ ନେତା ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ । ଉତ୍ତର ରଖିଲେ ବିଜେଡି ବିଧାୟକ ଅରୁଣ ସାହୁ । ଅରୁଣ କହିଥିଲେ ଗୋଟେ ଆଙ୍ଗୁଳି ଅନ୍ୟକୁ ଦେଖେଇଲେ ଚାରୋଟି ଆଙ୍ଗୁଳି ନିଜ ଆଡ଼କୁ ଆସିବ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବୋଧ ହୁଏ, ବିରୋଧୀ ଦଳ ନେତାଙ୍କ କଳି ରହିଛି । ସେଥିପାଇଁ ତାଙ୍କୁ ଅକଳରେ ପକାଇବାକୁ ଚେଷ୍ଟା କରୁଛନ୍ତି । ତାଙ୍କ ଅଫିସରେ କେତେ ଜ’ଣ ଅବସରପ୍ରାପ୍ତ ଅଧିକାରୀ ଅଛନ୍ତି ବୋଲି ପ୍ରଶ୍ନ କଲେ ବିଜେଡି ବିଧାୟକ ଅରୁଣ ସାହୁ ।

ପ୍ରଧାନମନ୍ତ୍ରୀଙ୍କ ଅଫିସ ତଥା ସାଉଥ ବ୍ଲକରେ ନିଯୁକ୍ତି ପାଇଥିବା ଅବସରପ୍ରାପ୍ତ ଅଧିକାରୀଙ୍କୁ ନେଇ ପ୍ରଶ୍ନ କଲେ ଅରୁଣ । ଖୋଲା ମାର୍କେଟରୁ ଆରଏସଏସ କ୍ୟାଡରଙ୍କୁ ଉଠାଯାଇ ଜଏଣ୍ଟ ସେକ୍ରେଟେରୀ ରଖାଯାଉଛି । ସମ୍ବିଧାନର କେଉଁଠି ଲେଖାଯାଇଛି ଅବସରପ୍ରାପ୍ତ ଅଧିକାରୀଙ୍କୁ ରଖାଯାଇ ପାରିବ ନାହିଁ । ବିଜେପି ଶାସିତ ରାଜ୍ୟରେ କେତେ ଜ’ଣ ଅବସରପ୍ରାପ୍ତ ଅଫିସର ଅଛନ୍ତି ହିସାବ କର । ବିଧାନସଭାରେ ଯେଉଁମାନେ ନାହାନ୍ତି, ସେମାନଙ୍କ ନାଁ ନେବା କଥା ନୁହେଁ । ଏହି ମାନସିକତା ପରିହାର କରନ୍ତୁ ବିରୋଧୀ । ଗୋଟେ ମାନସିକତା ନେଇ ବିଧାନସଭାକୁ ଆସୁଛନ୍ତି । ଏହି ବାଚାଳାମୀ କେତେ ଦିନ ଚାଲିବ ? ଜଣେ ମାନସିକ ରୋଗ ବିଶେଷଜ୍ଞ ରୋଗର ନିରାକରଣ କରିପାରିବେ ବୋଲି ଅରୁଣ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!