Masthead

ଅରବିନ୍ଦ କେଜ୍ରିୱାଲଙ୍କୁ ୩ ଦିନ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ୩ ଦିନ ପାଇଁ ରିମାଣ୍ଡରେ ନେଇଛି ସିବିଆଇ। କେଜରିୱାଲଙ୍କୁ ପଚରାଉଚରା ପାଇଁ ସିବିଆଇ ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିବା ବେଳେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ୩ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଥିଲେ। ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ତିହାର ଜେଲରେ ପଚରାଉଚରା କରିବ ସିବିଆଇ ଟିମ୍। ପୂର୍ବରୁ ଇଡି ଦ୍ୱାରା ଗିରଫ ହୋଇଥିବା କେଜ୍ରିୱାଲଙ୍କୁ ଗତକାଲି ବିଧିବଦ୍ଧ ଭାବେ ଗିରଫ କରିଥିଲା ସିବିଆଇ। ଫଳରେ ମଦ ଦୁର୍ନୀତି ମାମଲାରେ ତାଙ୍କ ପାଇଁ ପୁଣି ଅଡୁଆ ବଢ଼ିଛି।

ଦିଲ୍ଲୀ ମଦ ଦୁର୍ନୀତିର ମନି ଲଣ୍ଡ୍ରିଂ ମାମଲାରେ ଗତ ମାର୍ଚ୍ଚ ୨୧ ତାରିଖରେ କେଜରିୱାଲଙ୍କୁ ଇଡି ଗିରଫ କରିଥିଲା। ଜୁନ୍ ୨୦ ତାରିଖରେ ଦିଲ୍ଲୀର ଏକ କୋର୍ଟ ତାଙ୍କୁ ଜାମିନ ଦେଇଥିଲେ। ଏହା ବିରୋଧରେ ଦିଲ୍ଲୀ ହାଇକୋର୍ଟକୁ ଯାଇଥିଲା ଇଡି। ତଳ କୋର୍ଟଙ୍କ ଜାମିନ ଉପରେ ଦିଲ୍ଲୀ ହାଇକୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। ଏହା ବିରୋଧରେ ସୁପ୍ରିମକୋର୍ଟ ଯାଇଥିଲେ କେଜରିୱାଲ। କିନ୍ତୁ ତାଙ୍କୁ ପୁଣି ସିବିଆଇ ଗିରଫ କରିବାକୁ ସେ ପୂର୍ବ ଆବେଦନକୁ ପ୍ରତ୍ଯାହାର କରିଛନ୍ତି। ଅନ୍ଯପଟେ ତାଙ୍କୁ ତିହାର ଜେଲରୁ ଆଣି ରାଉଜ ଆଭେନ୍ଯୁ କୋର୍ଟରେ ହାଜର କଲାବେଳେ ତାଙ୍କ ସ୍ବାସ୍ଥ୍ଯବସ୍ଥା ବିଗିଡିଯାଇଛି । ଶରୀରରେ ଶର୍କରା ସ୍ତର ବଢିଯିବାରୁ ସେ ଅସୁସ୍ଥ ହୋଇପଡିଥିଲେ । ତେବେ ୫ ଦିନିଆ ରିମାଣ୍ଡ ମାଗିଛି ସିବିଆଇ । ପଚରା ଉଚରା ପାଇଁ ୫ ଦିନିଆ ରିମାଣ୍ଡ ଦରକାର ବୋଲି କହିଛନ୍ତି ସିବିଆଇ ଓକିଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି