Masthead

ଗିରଫ ଭୟରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନି ଲଣ୍ଡରିଂ ମାମଲା । ଯାହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବାରମ୍ବାର ସମନ କରାଯାଉଛି। ତେବେ ଗିରଫ ଭୟରେ ସେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସେ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ କୋର୍ଟରୁ ଦାବି କରିଛନ୍ତି। ଅର୍ଥାତ ଇଡି ତାଙ୍କୁ ଗିରଫ ନ କରିବାକୁ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି।

ଅନୁସନ୍ଧାନ ଏବଂ ପଚରାଉଚରାରେ ସହଯୋଗ କରିବାକୁ ପ୍ରସ୍ତୁତ ଅଛନ୍ତି, କିନ୍ତୁ ଇଡି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରୁ ବୋଲି କେଜ୍‌ରିୱାଲଙ୍କ ଆବେଦନରେ କୁହାଯାଇଛି। ତେବେ ଗୁରୁବାର ଦିଲ୍ଲୀ ହାଇକୋର୍ଟରେ ବିଚାରପତି ସୁରେଶ କେଟଙ୍କ କୋର୍ଟରେ ଏ ସମ୍ପର୍କରେ ଶୁଣାଣି ହେବ। ଇଡି ଏପର୍ଯ୍ୟନ୍ତ ମନି ଲଣ୍ଡରିଂ ମାମଲାରେ ଅରବିନ୍ଦ କେଜ୍‌ରିୱାଲଙ୍କ ନିକଟକୁ ୯ ଥର ସମନ ପଠାଇସାରିଲାଣି। ମାର୍ଚ୍ଚ ୨୧ ରେ ତାଙ୍କୁ ୯ମ ସମନ ପଠଯାଇଛି। ଏହାପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ହାଇକୋର୍ଟରେ ଇଡିର ସମନକୁ ଚ୍ୟାଲେଞ୍ଜ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା