Masthead

ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି, ୧୫ ହଜାର ମୁଚାଲିକାରେ ମିଳିଲା ଜାମିନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି । ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଜାମିନ ମିଳିଛି । ଇଡିର ସମନ ମାମଲାରେ ରାଉଜ୍‌ ଆଭେନ୍ୟୁ କୋର୍ଟରୁ ଜାମିନ ପ୍ରଦାନ କରିଛି । ୧୫ ହଜାର ଟଙ୍କା ମୁଚାଲିକାରେ ମିଳିଛି ଏହି ଜାମିନ । ଅବକାରୀ ଦୁର୍ନୀତି ମାମଲାରେ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ପହଞ୍ଚିଥିଲେ କେଜ୍ରିଓ୍ବାଲ । ଯେଉଁଠାରେ ତାଙ୍କୁ ଜାମିନ ମିଳିଛି । ଦୁଇ ପକ୍ଷର ଦସ୍ତାବିଜ କୋର୍ଟରେ ଦାଖଲ କରିବାକୁ କୁହାଯାଇଥିଲା ।

ଅରବିନ୍ଦ କେଜ୍ରିୱାଲଙ୍କ ଓକିଲ ରମେଶ ଗୁପ୍ତା କହିଛନ୍ତି ଇଡି ପକ୍ଷରୁ କୌଣସି ଦସ୍ତାବିଜ ଦିଆଯାଇନାହିଁ । ଅବକାରୀ ଦୁର୍ନୀତି ମାମଲାରେ ପଚରାଉଚରା କରିବାକୁ ଇଡି ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ୮ ଥର ସମନ ହୋଇଥିଲା । ହେଲେ ସମନ ଅନୁସାରେ ହାଜର ହୋଇନଥିଲେ କେଜ୍ରିଓ୍ବାଲ । ଇଡି ପକ୍ଷରୁ ଲଗାତାର ୫ ଥର ସମନ ପରେ କେଜ୍ରିଓ୍ବାଲ ହାଜର ନହେବାରୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ରାଉଜ ଆଭେନ୍ୟୁ କୋର୍ଟରେ ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା