ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି, ୧୫ ହଜାର ମୁଚାଲିକାରେ ମିଳିଲା ଜାମିନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଶ୍ୱସ୍ତି । ଦିଲ୍ଲୀ ଅବକାରୀ ନୀତି ମାମଲାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଜାମିନ ମିଳିଛି । ଇଡିର ସମନ ମାମଲାରେ ରାଉଜ୍‌ ଆଭେନ୍ୟୁ କୋର୍ଟରୁ ଜାମିନ ପ୍ରଦାନ କରିଛି । ୧୫ ହଜାର ଟଙ୍କା ମୁଚାଲିକାରେ ମିଳିଛି ଏହି ଜାମିନ । ଅବକାରୀ ଦୁର୍ନୀତି ମାମଲାରେ ଆଜି ରାଉଜ୍‌ ଆଭେନ୍ୟୁ କୋର୍ଟରେ ପହଞ୍ଚିଥିଲେ କେଜ୍ରିଓ୍ବାଲ । ଯେଉଁଠାରେ ତାଙ୍କୁ ଜାମିନ ମିଳିଛି । ଦୁଇ ପକ୍ଷର ଦସ୍ତାବିଜ କୋର୍ଟରେ ଦାଖଲ କରିବାକୁ କୁହାଯାଇଥିଲା ।

ଅରବିନ୍ଦ କେଜ୍ରିୱାଲଙ୍କ ଓକିଲ ରମେଶ ଗୁପ୍ତା କହିଛନ୍ତି ଇଡି ପକ୍ଷରୁ କୌଣସି ଦସ୍ତାବିଜ ଦିଆଯାଇନାହିଁ । ଅବକାରୀ ଦୁର୍ନୀତି ମାମଲାରେ ପଚରାଉଚରା କରିବାକୁ ଇଡି ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ୮ ଥର ସମନ ହୋଇଥିଲା । ହେଲେ ସମନ ଅନୁସାରେ ହାଜର ହୋଇନଥିଲେ କେଜ୍ରିଓ୍ବାଲ । ଇଡି ପକ୍ଷରୁ ଲଗାତାର ୫ ଥର ସମନ ପରେ କେଜ୍ରିଓ୍ବାଲ ହାଜର ନହେବାରୁ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ରାଉଜ ଆଭେନ୍ୟୁ କୋର୍ଟରେ ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’