Masthead

କେଜ୍ରିୱାଲଙ୍କ ଜାମିନ୍ ଆବେଦନ ଉପରେ ଆଜି ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲା, ଆଜି ସୁପ୍ରିକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ୍ ଆବେଦନ ଉପରେ ଆଜି ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ। ଶୁକ୍ରବାର ହାଇକୋର୍ଟ କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଥିବା ବେଳେ ଏହାକୁ କେଜ୍ରିୱାଲ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। କିନ୍ତୁ ସୁପ୍ରିମକୋର୍ଟ ସୋମବାର ଶୁଣାଣି ବେଳେ ହାଇକୋର୍ଟଙ୍କ ରାୟକୁ ଅପେକ୍ଷା କରିବାକୁ କହିଥିଲେ।

ହାଇକୋର୍ଟ ରାୟ ଦେବା ପରେ ହିଁ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରିବେ ବୋଲି କହିଥିଲେ। ଗତକାଲି ହାଇକୋର୍ଟ କେଜ୍ରିୱାଲଙ୍କୁ ନିରାଶ କରିଥିବାରୁ ଆଜି ସର୍ବୋଚ୍ଚ ଅଦାଲତ ଏହାର ଶୁଶାଣି କରିବେ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଗତକାଲି ତିହାର ଜେଲରେ କେଜ୍ରିୱାଲଙ୍କୁ ଜେରା କରିଛି ସିବିଆଇ । ମଦ ନୀତି ଦୁର୍ନୀତି ମାମଲାରେ ଗୁଡ଼େଇ ତୁଡ଼େଇ ଜେରା କରିଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ