Masthead

ସିବିଆଇରେ ହାଜର ହେବେ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସିବିଆଇରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମଦ ନୀତି ମାମଲାରେ କେଜ୍ରିୱାଲଙ୍କୁ ଜେରା କରିବ ସିବିଆଇ । ଦିନ ୧୧ଟାରେ ସିବିଆଇରେ ହାଜର ହେବେ କେଜ୍ରିୱାଲ। ଏନେଇ ସିବିଆଇ ମୁଖ୍ୟାଳୟ ନିକଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ମଦ ନୀତି ପରିବର୍ତ୍ତନ ନିଷ୍ପତ୍ତି, କିକବ୍ୟାକ ଅଭିଯୋଗ ସମ୍ପର୍କରେ ତଦନ୍ତକାରୀ ଦଳ ଖୋଳତାଡ଼ କରିବ । କୌଣସି ଏକ ମାମଲାରେ ଜଣେ ମୁଖ୍ୟମନ୍ତ୍ରୀଙ୍କୁ ସିବିଆଇ ସମନ କରିବା ଇତିହାସରେ ପ୍ରଥମ ।

ସେପଟେ ହାଜର ପୂର୍ବରୁ କେନ୍ଦ୍ରୀୟ ସଂସ୍ଥା ସିବିଆଇ ଓ ଇଡି ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମଦ ନୀତି ମାମଲାରେ ସିବିଆଇ ଓ ଇଡି ମିଛ ଅଭିଯୋଗ କରିଛନ୍ତି । ବିଭିନ୍ନ ମିଛ ଅଭିଯୋଗ ଜରିଆରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଫସାଇ ଦିଆଯାଇଛି । ଏପରିକି ଏହି ଦୁଇ କେନ୍ଦ୍ରୀୟ ସଂସ୍ଥା ମିଛ ସତ୍ୟପାଠ ବି ଦାଖଲ କରିଛନ୍ତି । ବାରମ୍ବାର ରେଡ୍ ପରେ ବି ଦୁଇ ସଂସ୍ଥା କିଛି ପାଇନାହାନ୍ତି । ବହୁ ନେତାଙ୍କୁ ଏହି ଦୁଇ ସଂସ୍ଥା ମାନସିକ, ଶାରୀରିକ ନିର୍ୟାତନା ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ