Masthead

ଆଜି ଆସିବ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ରାୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଦ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଉପରେ ଶୁକ୍ରାବାର ସୁପ୍ରିମକୋର୍ଟ ରାୟ ପ୍ରଦାନ କରିବେ । ତେବେ ଏହାର ଦିନକ ପୂର୍ବରୁ ଅର୍ଥାତ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିବା ସହ କେଜ୍ରିୱାଲଙ୍କ ସମ୍ଭାବ୍ୟ ଜାମିନକୁ ବିରୋଧ କରିଛି । ନିର୍ବାଚନରେ ପ୍ରଚାର କରିବା ମୌଳିକ ଅଧିକାର ନୁହେଁ ବୋଲି କହିଛି ଇଡି । ଏହାପୂର୍ବରୁ ଇଡି ଏକ ସତ୍ୟପାଠ ଦାଖଲ କରିଛି । ଯେଉଁଥିରେ କୁହାଯାଇଛି, ପ୍ରଚାର ଏକ ମୌଳିକ ଅଧିକାର ନୁହେଁ । ଏହାକୁ ଅନ୍ତରୀଣ ଜାମିନ ପାଇଁ ଆଧାର କରାଯାଇପାରିବ ନାହିଁ ।

ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଏହି ନେତାଙ୍କୁ ନିର୍ବାଚନ ଆଳରେ ମୁକ୍ତ କରିବାକୁ ଚେଷ୍ଟା କରାଯାଉଛି । ଯଦି ସେ ମୁକ୍ତ ହେବେ ତାହେଲେ ଏହା ଏକ ଭୁଲ ଉଦାହରଣ ସୃଷ୍ଟି କରିବ । ଇଡି ଆହୁରି ମଧ୍ୟ କହିଛି ଯେ ଯଦି ଏହି ଆଧାରରେ ମୁକ୍ତ କରାଯାଏ, ତେବେ ଦେଶରେ ନିର୍ବାଚନ ହେଉଥିବାରୁ ଜଣେ ରାଜନେତାଙ୍କୁ ଗିରଫ କିମ୍ବା ଅଟକ ରଖିବା କଷ୍ଟକର ହେବ । ଏହା ପୂର୍ବରୁ ଇଡି ଫେବ୍ରୁଆରୀ ୯ରେ ଏହାର ସତ୍ୟପାଠ ଦାଖଲ କରିଛି । ଗତ ୭ ତାରିଖରେ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଉପରେ ରାୟ ସଂରକ୍ଷିତ ରଖିଥିଲେ ।

ଇଡି ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନକୁ ବିରୋଧ କରି କୋର୍ଟରେ କହିଛନ୍ତି ଯେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେବା ରାଜନେତାଙ୍କ ପାଇଁ ଏକ ଅଲଗା ଶ୍ରେଣୀ ସୃଷ୍ଟି କରିବା ପରି ହେବ । ଗତ ଶୁଣାଣିରେ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଓକିଲଙ୍କୁ କହିଥିଲେ, ପ୍ରଥମେ ଦେଖିବାକୁ ହେବ ଯେ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇପାରିବ କି ନାହିଁ । ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଏପ୍ରିଲ ୧ରୁ ତିହାର ଜେଲରେ ବନ୍ଦୀ ଅଛନ୍ତି । ସେ ପ୍ରଚାର କରିପାରୁ ନାହାନ୍ତି । ଆପର ଗଡ଼ ବୋଲାଉଥିବା ଦିଲ୍ଲୀରେ ମେ’ ୨୫ରେ ସମସ୍ତ ୭ ଲୋକସଭା ଆସନରେ ମତଦାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ