ଆଜି ସରିବ କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଅବଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସରିବ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଅବଧି । ତେବେ ରିମାଣ୍ଡ ଅବଧି ବଢ଼ାଇବା ପାଇଁ କୋର୍ଟରେ ଇଡି ଆବେଦନ କରିବ ବୋଲି ସୂଚନା ମିଳିଛି। ଦିଲ୍ଲୀ ମଦନୀତି ମାମଲାରେ ୭ ଦିନ ଲାଗି ଇଡି ହେପାଜତକୁ ପଠାଇଥିଲେ ଦିଲ୍ଲୀ ରାଉସ ଆଭେନ୍ୟୁ କୋର୍ଟ। ହେପାଜତ ଅବଧି କାଳରେ କେଜ୍ରିୱାଲଙ୍କଠାରୁ ମଦନୀତି ମାମଲାରେ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ଇଡି ହାସଲ କରିଥିବା ସୂଚନା ମିଳିଛି ।

ଗତକାଲି ଗିରଫଦାରୀ ବିରୋଧରେ କେଜ୍ରିୱାଲଙ୍କ ପିଟିସନକୁ ଖାରଜ କରିଥିଲେ ଦିଲ୍ଲୀ ହାଇକୋର୍ଟ। ମାମଲାର ପରବର୍ତ୍ତୀ ଶୁଣାଣି ହେବ ଆସନ୍ତା ଏପ୍ରିଲ ୩ରେ। ସେପଟେ କୋର୍ଟରେ କେଜ୍ରିୱାଲ ଗୁରୁତ୍ବପୂର୍ଣ୍ଣ ବିବୃତି ରଖିବେ ବୋଲି କହିଛନ୍ତି ପତ୍ନୀ ସୁନୀତା। ସେ କହିଛନ୍ତି ଦୁଇ ବର୍ଷ ଧରି ତାଙ୍କ ସ୍ବାମୀଙ୍କ ବିରୋଧରେ ଇଡି ଜେରା କରୁଥିବାସତ୍ତ୍ବେ ପଇସାଟିଏ ବି ପାଇନାହିଁ। ଘର ରେଡ ବେଳେ ମାତ୍ର ୭୩ ହଜାର ଟଙ୍କା ମିଳିଥିଲା। କୋର୍ଟ ନିକଟରେ ଇଡି ଦର୍ଶାଇ ଆସୁଛି ଯେ, ମଦନୀତି ମାମଲାରେ କେଜ୍ରିୱାଲ ହେଉଛନ୍ତ କିଙ୍ଗପିନ ଏବଂ ଏଥିରୁ ଉପଲବ୍ଧ ଟଙ୍କା ୨୦୨୨ ଗୋଆ ବିଧାନସଭା ନିର୍ବାଚନରେ ଖର୍ଚ୍ଚ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!