Masthead

‘ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନ ସମୟ’

ପୁରୀ(ବଡ଼ ଖବର ବ୍ୟୁରୋ): ଏ ବର୍ଷ ବଢ଼ିବନି ସୁନାବେଶ ଦର୍ଶନ ସମୟ । ରାତି ୧୧ଟାରେ ବନ୍ଦ ହେବ ସୁନାବେଶ ଦର୍ଶନ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଯେଉଁ ସମୟ ନିର୍ଘଣ୍ଟ ହୋଇଛି, ସେତିକି ସମୟ ହିଁ ମହାପ୍ରଭୁଙ୍କ ଦର୍ଶନ ମିଳିବ । ରାତି ୧୧ଟାରେ ବନ୍ଦ ହେବ ସୁନାବେଶ ଦର୍ଶନ । କାଲି ରତ୍ନଭଣ୍ଡାର ଖୋଲିବ, ଭଣ୍ଡାର ମେକାପ ସେଥିରେ ବ୍ୟସ୍ତ ରହିବେ । ତେଣୁ ସୁନାବେଶ ଦର୍ଶନ ସମୟ ବଢ଼ିବ ନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସେପଟେ ରଥ ଉପରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଜିଲ୍ଲା ଓ ପୁଲିସ ପ୍ରଶାସନ ବ୍ୟାପକ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା ଜାରି କରିଛି । ଶ୍ରୀଗୁଣ୍ଡିଚା ଓ ବାହୁଡ଼ାରେ ବ୍ୟବସ୍ଥାଠାରୁ ସୁନାବେଶ ସୁରକ୍ଷାରେ ଅଧିକ ପୁଲିସ ମୁତୟନ ହେବେ ବୋଲି ସୂଚନା ଦେଇଛନ୍ତି ଏସ୍ପି ପିନାକ ମିଶ୍ର । ସୁନାବେଶ ଦର୍ଶନ ପାଇଁ ଆସୁଥିବା ଭକ୍ତମାନେ ମାର୍କେଟ ଛକଠାରେ ହୋଇଥିବା ଏକପାଖିଆ ବ୍ୟାରିକେଡ ଭିତରେ ପ୍ରବେଶ କରି ସୁନାବେଶ ଦର୍ଶନ କରିବା ସହ ପ୍ରଭୁ ବଳଭଦ୍ରଙ୍କ ରଥ କଡ଼ରେ ପ୍ରସ୍ଥାନ କରିବେ ।

ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ପ୍ରାୟ ୧୫ ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବ ବୋଲି ଆକଳନ କରିଛି ପ୍ରଶାସନ । ମହାପ୍ରଭୁଙ୍କ ସୁନାବେଶ ନୀତିକାନ୍ତି ଯେଭଳି ଶୃଙ୍ଖଳିତ ଓ ସୁଚାରୁରୂପେ ସମ୍ପାଦନ ହୋଇପାରିବ ସେନେଇ ସମସ୍ତ ନିଯୋଗ ଓ ବିଶେଷ କରି ଦଇତାପତି ନିଯୋଗ ସହ ଆଲୋଚନା ହୋଇସାରିଛି । ଭକ୍ତମାନେ ତିନି ରଥରେ ଯେଭଳି ମହାପ୍ରଭୁଙ୍କର ସୁନାବେଶ ଭଲଭାବେ ଦର୍ଶନ କରିପାରିବେ ଏବଂ ଠାକୁରଙ୍କ ସମ୍ମୁଖରେ କେହି ସେବାୟତ ଛିଡ଼ା ହୋଇ ରହିବେନାହିଁ ସେଥିନେଇ ମଧ୍ୟ ଆଲାଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା