Masthead

ଜେଲରୁ ମୁକୁଳିଲେ ଆର୍ୟନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଜେଲରୁ ମୁକୁଳିଲେ ଆର୍ୟନ । ଆର୍ଥର ରୋଡ ଜେଲରୁ ମୁକୁଳିଲେ ଆର୍ୟନ । ଅକ୍ଟୋବର ୨ରେ ହୋଇଥିଲେ ଗିରଫ । ସକାଳୁ ଶାହାରୁଖ ଖାନ୍ ଆର୍ଥର ରୋଡ୍ ଜେଲରେ ଯାଇ ପହଞ୍ଚିଥିଲେ । ଆଜି ସକାଳ ୫ଟା ୩୦ରେ ଆର୍ଥର ରୋଡ୍ ଜେଲରେ ବେଲ ବକ୍ସ ଖୋଲା ହୋଇଥିଲା ।

ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଜେଲେ ବାହାରେ ବ୍ୟାରିକେଡ ବ୍ୟବସ୍ଥା କରାଯାଇଥିଲା । ଶାହାରୁଖ ଖାନଙ୍କ ବାସଭବନ ମନ୍ନତ ଆଗରେ ମଧ୍ୟ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗୁରୁବାର ହାଇକୋର୍ଟ ଆର୍ୟନଙ୍କୁ ଜାମିନ ପ୍ରଦାନ କରିଥିଲେ । ହେଲେ ଗତକାଲି କୋର୍ଟରୁ ଜାମିନ ଅର୍ଡର ଜାରି ପରେ ଜେଲରେ ଅନ୍ୟାନ୍ୟ କାମରେ ବିଳମ୍ବ ହେବାରୁ ଆର୍ୟନ ଖାନ୍ ଜେଲରୁ ବାହାରି ପାରିନଥିଲେ । ଗୁରୁବାର ଆର୍ୟନଙ୍କ ବମ୍ବେ ହାଇକୋର୍ଟ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଛନ୍ତି ।

ଯଉଁଥିରେ ଆର୍ୟନଙ୍କୁ ଛାଡିବା ପାଇଁ ୧୪ଟି ସର୍ତ୍ତ ରଖାଯାଇଛି । କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆର୍ୟନ ୧ ଲକ୍ଷ ଟଙ୍କାର ବଣ୍ଡ ଓ ପାସପୋର୍ଟ ଜମା କରିଛନ୍ତି । ଏନଡିପିଏସ କୋର୍ଟଙ୍କ ବିନା ଅନୁମତିରେ ସେ ଦେଶ ଛାଡି କୁଆଡେ ଯାଇପାରିବେ ନାହିଁ । ଏନସିବି ଅଧିକାରୀଙ୍କ ବିନା ଅନୁମତିରେ ମୁମ୍ବାଇ ବାହାରକୁ ଯାଇପାରିବେ ନାହିଁ ଆର୍ୟନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି