ଭୂପେନ୍ଦ୍ର ପଟେଲ ହେବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ

ଗୁଜରାଟ(ବଡ଼ ଖବର ବ୍ୟୁରୋ): ବହୁ କଳ୍ପନାଜଳ୍ପନା ପରେ ଶେଷରେ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଛି । ତେବେ ଭୂପେନ୍ଦ୍ର ପଟେଲ ହେଲେ ଗୁଜରାଟର ନୂତନ ମୁଖ୍ୟମନ୍ତ୍ରୀ । ବିଜୟ ରୂପାଣୀଙ୍କ ଇସ୍ତଫା ପରେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ ଚର୍ଚ୍ଚା ଜୋର ଧରିଥିଲା । ଏହା ସହ ଅନେକ ନେତାଙ୍କ ନାମ ମଧ୍ୟ ସାମ୍ନାକୁ ଆସିଥିଲା । ଏହା ମଧ୍ୟରେ ଆଜି ଅପରାହ୍ନରେ ନୂତନ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସମସ୍ତ ବିଧାୟକଙ୍କ ସହିତ ବୈଠକ ହୋଇଥିଲା । ଶେଷରେ ଭୂପେନ୍ଦ୍ର ପଟେଲଙ୍କ ନାମଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଘୋଷଣା କରାଯାଇଥିଲା ।

ଅପରପକ୍ଷରେ ଭୁପେନ୍ଦ୍ର ପଟେଲ ଗୁଜରାଟର ଘାଟଲୋଡିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ପ୍ରତିନିଧି। ସେ କଂଗ୍ରେସ ଦଳର ଶଶିକାନ୍ତ ପଟେଲଙ୍କ ବିରୋଧରେ ୧,୧୭,୦୦୦ ଭୋଟ ବ୍ୟବଧାନରେ ଜିତିଥିଲେ। ଏହି ଆସନକୁ ୟୁପି ରାଜ୍ୟପାଳ ତଥା ଗୁଜରାଟର ପୂର୍ବତନ ସିଏମ ଆନନ୍ଦିବେନ ପଟେଲ ଧରିଥିଲେ। ପଟେଲ ଅତୀତରେ AUDA (ଅହମ୍ମଦାବାଦ ସହରାଞ୍ଚଳ ବିକାଶ ପ୍ରାଧିକରଣ) ଚେୟାରମ୍ୟାନ୍ ଭାବରେ କାର୍ଯ୍ୟ କରିଥିଲେ ଏବଂ ଅହମଦାବାଦ ମୁନିସିପାଲର୍ଟି କର୍ପୋରେସନର ଷ୍ଟାଣ୍ଡିଂ କମିଟିର ସଭାପତି ମଧ୍ୟ ରହିଆସିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’