Before Header

ଅନାଥଙ୍କ ପାଇଁ ‘ଆଶୀର୍ବାଦ’

0 28

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଆଉ ଏକ ଯୋଜନା ଆଣିଛନ୍ତି ରାଜ୍ୟ ସରକାର । ଏହାର ନାଁ ରଖାଯାଇଛି ‘ଆଶୀର୍ବାଦ’ । ଗତ ଏପ୍ରିଲ ପହିଲା ୨୦୨୦ ବା ତା ପରଠାରୁ ଉଭୟ ବାପା ଓ ମାଆ କିମ୍ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇଥିବା ପିଲାମାନଙ୍କ ଶିକ୍ଷା, ଭରଣପୋଷଣ ତଥା ଯତ୍ନ ପାଇଁ ଏହି ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଯୋଜନାରେ କୋଭିଡ଼ ଓ ଅଣକୋଭିଡ଼ ସମସ୍ତଙ୍କୁ ସାମିଲ କରାଯିବ । ‘ଆଶୀର୍ବାଦ’ ଯୋଜନାରେ ଏହି ସ୍ୱତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ୱଜନମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଶୀର୍ବାଦ ଯୋଜନା ଅନୁଯାୟୀ ବାପା ମାଆ ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ମାସିକ ୨୫୦୦ଟଙ୍କା ଡିଜିଟାଲ ମାଧ୍ୟମରେ ଜମା କରାଯିବ ।

ତେବେ ଏହି ଯୋଜନା ୧୮ବର୍ଷ ପର୍ଯ୍ୟନ୍ତ ହିଁ ଜାରି ରହିବ । ଏହା ପୂର୍ବରୁ ଯଦି କେହି ଏହି ପିଲାଙ୍କୁ ପୋଷ୍ୟ ଗ୍ରହଣ କରନ୍ତି ଏହି ସହାୟତା ଆଉ ମିଳିବନି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ । ଏହି ସ୍ୱତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ । ବାପା ମାଆଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ । ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୁଥାନ୍ତି, ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ । ଯଦି ଆବଶ୍ୟକ ପଡେ ତେବେ ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ବା ସେହି ମାନର ବିଦ୍ୟାଳୟରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ । ପିଲାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ଚାହିବେ ତେବେ ପିଲାକୁ ଅନ୍ୟ ସ୍କୁଲରେ ପଢାଇବା ପାଇଁ ଶିଷା ଅଧିକାର ଆଇନ ଅନୁସାରେ ଜିଲ୍ଲାପାଳ ସହଯୋଗ ଯୋଗାଇ ଦେବେ । ଉଚ୍ଚଶିଷା ପାଇଁ ପିଲାଙ୍କୁ ରାଜ୍ୟ ସରକାରଙ୍କ ଗ୍ରୀନ୍ ପାସେଜ ଯୋଜନାରେ ସହଯୋଗ ଯୋଗାଇ ଦିଆଯିବ ।

ଦାୟିତ୍ୱ ନେଇ ଥିବା ଆତ୍ମୀୟ ଯଦି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବା ବିଜୁ ପକ୍କା ଘର ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ ପିଲାର ମଙ୍ଗଳକୁ ଦୃଷ୍ଟିରେ ରଖି ତାଙ୍କୁ ଆଉଟ୍ ଅଫ୍ ଟର୍ନରେ ଘର ମଞୁର କରାଯିବ । ଏହି ପିଲାଙ୍କ ଯତ୍ନ ନେଉଥିବା ଆତ୍ମୀୟ ଯଦି ଅନ୍ୟ କୌଣସି ସରକାରୀ ଯୋଜନା ପାଇଁ ଯୋଗ୍ୟ ହୋଇଥାନ୍ତି ତେବେ, ଆଉଟ୍ ଅଫ୍ ଟର୍ନରେ ତାଙ୍କୁ ସେ ସୁବିଧା ଯୋଗାଇ ଦିଆଯିବ । ପିଲାଙ୍କ ସମ୍ପତ୍ତିର ସୁରକ୍ଷା ପାଇଁ ଶିଶୁ ମଙ୍ଗଳ ସମିତି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ , ତହସିଲଦାର ଓ ପୋଲିସ ସହ ସମନ୍ୱୟ ରଖି ଆବଶ୍ୟକ ପଦକ୍ଷେପ ନେବେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପିଲାର ଦାୟିତ୍ୱ ନେଇଥିବା ଆତ୍ମୀୟଙ୍କ ସହ ନିୟମିତ ଯୋଗାଯୋଗରେ ରହି ପିଲାର ଭଲ ମନ୍ଦ ଉପରେ ନଜର୍ ରଖବେ । ବିଜୁ ଶିଶୁ ସୁରକ୍ଷା ଯୋଜନା ଓ , ଜୁଭେନିଲ୍ ଜଷ୍ଟିସ୍ ଫଣ୍ଡ ଆବଶ୍ୟକ ସ୍ଥଳେ ଏ ପିଲାମାନଙ୍କୁ ସହାୟତା ମିଳିପାରିବ । ଉପରୋକ୍ତ ଦୁଇ ବର୍ଗର ପିଲା ଯଦି ଆତ୍ମୀୟଙ୍କ ପାଖରେ ନ ରହି କୌଣସି ଚାଇଲ୍ଡ କେୟାର ଇନ୍‌ଷ୍ଟିଷ୍ଟ୍ୟୁସନ୍ରେ ରୁହନ୍ତି ତେବେ ସେ ଷେତ୍ରରେ ପିଲାଙ୍କ ବ୍ୟାଙ୍କ ଖାତାରେ ମାସିକ ଏକହଜାର ଟଙ୍କା ରିକ୍ୟୁରିଂ ଡିପୋଜିଟ୍ ଭାବରେ ପ୍ରତି ମାସରେ ପିଲାକୁ ଅଠର ବର୍ଷ ହେବା ପର୍ୟ୍ୟନ୍ତ ଜମା କରାଯିବ । ପିଲାର ମାଗଣା ଯତ୍ନ ଓ ଅନ୍ୟ ଦାୟିତ୍ୱ ଅନୁଷ୍ଠାନ ବହନ କରିବ ।

Leave A Reply

Your email address will not be published.