Masthead

ଟ୍ୱିଟ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ରାଜସ୍ଥାନକୁ ସ୍ୱାଗତ ଜଣାଇଲେ ଅଶୋକ ଗେହଲଟ

ରାଜସ୍ଥାନ (ବଡ଼ ଖବର ବ୍ୟୁରୋ): ଆଜିଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜକୋଟ ବିମାନବନ୍ଦର ଉଦଘାଟନ କରିବା ସହ ୮୬୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ । ଏହାପରେ ଅପରାହ୍ନରେ ରାଜକୋଟରେ ପହଞ୍ଚି ବିମାନ ବନ୍ଦର ବୁଲି ଦେଖିବେ । ଏହାସହ ଏକ ସମାବେଶରେ ସମ୍ବୋଧିତ ମଧ୍ୟ କରିବେ । ଶିଳ୍ପ, ଶିକ୍ଷା,ଗବେଷଣା ପ୍ରତିଷ୍ଠାନର ବିଶ୍ୱସ୍ତରୀୟ ନେତୃତ୍ୱଙ୍କୁ ଏକ କରିବା ଉଦ୍ଦେଶ୍ୟରେ ଏହି ସମ୍ମିଳନୀର ଆୟୋଜନ କରାଯାଇଛି । ତେବେ ଏହା ପୂର୍ବରୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ତାଙ୍କ ଦାବିଗୁଡ଼ିକର ଏକ ଲମ୍ବା ତାଲିକା ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ରଖିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କାର୍ଯ୍ୟକ୍ରମରୁ ତାଙ୍କ ଭାଷଣ ହଟାଇ ଦେଇଥିବା ସେ ଅଭିଯୋଗ କରିଛନ୍ତି। ଏଥିପାଇଁ ତାଙ୍କ ଦାବିଗୁଡ଼ିକୁ ଟ୍ୱିଟର ଜରିଆରେ ରଖିବାକୁ ପଡ଼ୁଛି ବୋଲି ସେ କହିଛନ୍ତି। ଗେହଲଟ୍‌ କହିଛନ୍ତି, ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଆପଣ ରାଜସ୍ଥାନ ଗସ୍ତରେ ଆସୁଛନ୍ତି। ଆପଣଙ୍କ କାର୍ଯ୍ୟାଳୟ ପିଏମ୍‌ଓ ମୋ’ର ପୂର୍ବ ନିର୍ଦ୍ଧାରିତ ୩ ମିନିଟ୍‌ ସମ୍ବୋଧନକୁ କାର୍ଯ୍ୟକ୍ରମରୁ ହଟାଇ ଦେଇଛି। ସେଥିପାଇଁ ମୁଁ ଭାଷଣ ମାଧ୍ୟମରେ ଆପଣଙ୍କୁ ସ୍ୱାଗତ କରିପାରିବି ନାହିଁ। ତେଣୁ ମୁଁ ଆପଣଙ୍କୁ ଏହି ଟୁଇଟ ମାଧ୍ୟମରେ ରାଜସ୍ଥାନକୁ ସ୍ୱାଗତ କରିବା ସହ ମୋ ଦାବି ଜଣାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା